ଗ୍ରୀଷ୍ମ ପ୍ରବାହ ପାଇଁ ବଦଳିଲା ସ୍କୁଲ ସମୟ, ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

Advertisment
ଗ୍ରୀଷ୍ମ ପ୍ରବାହ ପାଇଁ ବଦଳିଲା ସ୍କୁଲ ସମୟ, ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଏବେ ସ୍କୁଲ ସମୟରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର। ଗ୍ରୀଷ୍ମ ପ୍ରବାହ ବଢ଼ିବାକୁ ଥିବା ବେଳେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସକାଳୁଆ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୨ ଅପ୍ରେଲ ଶନିବାର ପର୍ଯ୍ୟନ୍ତ ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଆଗକୁ ମଧ୍ୟ ଏହି ପରିସ୍ଥିତି ଜାରି ରହିବା ସମ୍ଭାବନା ଥିବାରୁ ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ସ୍କୁଲ ସମୟରେ ପରିବର୍ତ୍ତନ ଅଣାଯାଇଛି।

ରାଜ୍ୟରେ ଆସନ୍ତା ଏପ୍ରିଲ ୨ ତାରିଖରୁ ଛାତ୍ରଛାତ୍ରୀମାନେ ସକାଳେ ସ୍କୁଲ ଯିବେ । ସକାଳ ସାଢେ ୬ଟାରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠପଢ଼ା ହେବା ସହ ସକାଳ ୭ଟାରୁ ୧୧ଟା ଯାଏଁ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ କ୍ଲାସ କରିବେ । ଏ ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ତେବେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୩୧ ତାରିଖ ଗୁରୁବାର ଦିନ ମୟୂରଭଞ୍ଜ, ବୌଦ୍ଧ, ସୋନପୁର, ବଲାଙ୍ଗୀର ଏବଂ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ସେହିପରି ୧ ଅପ୍ରେଲ, ଶୁକ୍ରବାର ଦିନ ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, ଅନୁଗୁଲ ଏବଂ ସମ୍ବଲପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି।

୨ ଅପ୍ରେଲ, ଶନିବାର ଦିନ ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, ଅନୁଗୁଲ ଏବଂ ସମ୍ବଲପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe