ଭୁବନେଶ୍ୱର: ମାର୍ଚ୍ଚ ୫ ବୁଧବାର ଦିନ ରାଜ୍ୟର ସମସ୍ତ ସ୍କୁଲ ଖୋଲା ରହିବ । ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ସ୍ବାଭାବିକ ଭାବେ କାର୍ଯ୍ୟ କରିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି । ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଏନେଇ ବିଭାଗ ପକ୍ଷରୁ ଚିଠି ଜାରି କରାଯାଇଛି ।
ସୂଚନାଯୋଗ୍ୟ, ପଞ୍ଚାୟତିରାଜ ଦିବସ ପାଳନ ପାଇଁ ପୂର୍ବରୁ ମାର୍ଚ୍ଚ ୫କୁ ଛୁଟି କରାଯାଉଥିଲା । ମାତ୍ର ଗତକାଲି ସରକାର ଏପି୍ରଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ କରାଯିବା ପାଇଁ ନିଷ୍ପତ୍ତି ନେଇଥିବାରୁ ଆସନ୍ତାକାଲି ମାର୍ଚ୍ଚ ୫ରେ ଥିବା ଏହି ଛୁଟିକୁ ବାତିଲ କରାଯାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ପଞ୍ଚାୟତିରାଜ ଦିବସ ଉତ୍ସାହର ସହିତ ପାଳନ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ୫ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳନ ହେବ। କିନ୍ତୁ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବ ନାହିଁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।
ଅଧିକ ପଢ଼ନ୍ତୁ: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଦୁଇ ଆକାଉଣ୍ଟାଣ୍ଟ
ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମାର୍ଚ୍ଚ ୫ରେ ପଞ୍ଚାୟତିରାଜ ଦିବସ ପାଳନ ହେବନି ବୋଲି ସୂଚନା ପ୍ରଦାନ କରାଯାଇଥିଲା । ପଞ୍ଚାୟତିରାଜ ଦିବସ ଏପ୍ରିଲ ୨୪ରେ ହେବ ପାଳନ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏଭଳି ପଦକ୍ଷେପ ଦ୍ବାରା ପଞ୍ଚାୟତିରାଜ ଦିବସ ପାଳନରେ ରହିଥିବା ଭିନ୍ନତା ଏବଂ ଅସଙ୍ଗତିକୁ ଦୂର କରିବାକୁ ପ୍ରୟାସ କରାଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି ।
ଏଣିକି ପଞ୍ଚାୟତିରାଜ ଦିବସ ଭିନ୍ନ ଭିନ୍ନ ଦିନରେ ପାଳନ କରାଯିବ ନାହିଁ। ପଞ୍ଚାୟତିରାଜ ଦିବସ ଏକ ଜାତୀୟ ଓ ରାଜ୍ୟସ୍ତରୀୟ ଉତ୍ସବ । ଏପ୍ରିଲ ୨୪ରେ ଲୋକସେବା ଦିବସ ମଧ୍ୟ ପାଳନ କରାଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।
ଅଧିକ ପଢ଼ନ୍ତୁ: ସ୍ତ୍ରୀକୁ ହତ୍ୟା କରିବାକୁ ୮୩ କିଲୋମିଟର୍ର ଯାତ୍ରା; ତାପରେ ଆତ୍ମହତ୍ୟା...