ଓସାମ ବୋର୍ଡକୁ ସ୍କଚ୍‌ ପୁରସ୍କାର

ଓସାମ ବୋର୍ଡକୁ ସ୍କଚ୍‌ ପୁରସ୍କାର

ଭୁବନେଶ୍ବର : ଓଡ଼ିଶା ରାଜ୍ୟ କୃଷି ବିପଣନ ବୋର୍ଡକୁ ସ୍କଚ୍-୨୦୨୩ ପୁରସ୍କାର ମିଳିଛି। କୃଷିରେ ରୌପ୍ୟ ବର୍ଗରେ ଇ-ନାମ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଏଥିପାଇଁ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଶୁଭେଚ୍ଛା ଜଣାଇଛନ୍ତି।

ସୂଚନା ଅନୁଯାୟୀ, ଓଡ଼ିଶା ସରକାରଙ୍କ ସମବାୟ ବିଭାଗର ପ୍ରଶାସନିକ ନିୟନ୍ତ୍ରଣରେ ରହିଛି ଓଡ଼ିଶା ରାଜ୍ୟ କୃଷି ବିପଣନ ବୋର୍ଡ। ରାଜ୍ୟର ସମସ୍ତ ୬୬ ନିୟନ୍ତ୍ରିତ ବଜାର କମିଟି ଇ-ନାମରେ ସ୍ଥାନିତ ହୋଇଛନ୍ତି। ଇ-ନାମ ହେଉଛି ଏକ ପାନ୍‌ ଇଣ୍ଡିଆ ଅନଲାଇନ୍‌ ପ୍ଲାଟଫର୍ମ ଯାହା କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ହୋଇଛି। ଏଥିରେ କୃଷିଜାତ ଦ୍ରବ୍ୟର ସମସ୍ତ କ୍ରେତା ଏବଂ ବିକ୍ରେତାଙ୍କୁ କୃଷି ଉତ୍ପାଦନ ବିପଣନ କମିଟି କିମ୍ବା ନିୟନ୍ତ୍ରିତ ବଜାର କମିଟି ମାଧ୍ୟମରେ ଯୋଡ଼ିବାର ଲକ୍ଷ୍ୟ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe