ପଦ୍ମପୁର ଉପନିର୍ବାଚନ: ୧୩ ପ୍ରାର୍ଥୀଙ୍କର ନାମାଙ୍କନ ଯାଞ୍ଚ ଆଜି

Advertisment
ପଦ୍ମପୁର ଉପନିର୍ବାଚନ: ୧୩ ପ୍ରାର୍ଥୀଙ୍କର ନାମାଙ୍କନ ଯାଞ୍ଚ ଆଜି

Image Courtesy of The Financial Express

ବରଗଡ଼: ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଥିବା ୧୩ ପ୍ରାର୍ଥୀଙ୍କର ଆଜି ନାମାଙ୍କନ ଯାଞ୍ଚ ହେବ। ଏହାପରେ ଜଣାଯିବ ଯେ କେଉଁମାନଙ୍କର ପ୍ରାର୍ଥିପତ୍ର ବୈଧ। ତେବେ ନାମାଙ୍କନ ପତ୍ରର ପ୍ରତ୍ୟାହାର ପରେ ମଇଦାନରେ କେତେଜଣ ପ୍ରାର୍ଥୀ ରହିଲେ, ତାହା ସ୍ପଷ୍ଟ ହୋଇଯିବ।

ସୂଚନାଯୋଗ୍ୟ, ଗତକାଲି ସ୍ବାଧୀନ ପ୍ରାର୍ଥୀ ଜୟନ୍ତ ଥପାଙ୍କଠାରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ପରେ ବିଜେଡି ପ୍ରାର୍ଥିନୀ ବର୍ଷାରାଣୀ ସିଂ ବରିହା ପ୍ରାର୍ଥିପତ୍ର ଦାଖଲ କରିଥିଲେ। ସେ ପ୍ରଥମେ ମାଣ୍ଡୋସିଲ ବୁଢ଼ାରଜା ମନ୍ଦିରରେ ପୂଜାର୍ଚ୍ଚନା କରିବାପରେ ନିଜର ପଦ୍ମପୁର ବାସଭବନରୁ  ବିନା କୌଣସି ଶୋଭାଯାତ୍ରାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ପହଞ୍ଚି ଥିଲେ। ତାଙ୍କ ସହିତ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀପ୍ରସାଦ ମିଶ୍ର, ମନ୍ତ୍ରୀ ରୀତା ସାହୁ, ମନ୍ତ୍ରୀ ରଣେନ୍ଦ୍ରପ୍ରତାପ ସ୍ୱାଇଁ, ବିଧାୟକ ସୁଶାନ୍ତ ସିଂ, ରାଜ୍ୟସଭା ସଦସ୍ୟ ନିରଞ୍ଜନ ବିଶି, ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ଓ ଅଳକା ମହାନ୍ତି, ଶ୍ରୀମୟୀ ମିଶ୍ର ଆସିଥିଲେ।

ସେହିପରି, କଂଗ୍ରେସ ଦଳ ପକ୍ଷରୁ ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁ ଏକ ଶୋଭାଯାତ୍ରାରେ ବାହାରି  ସ୍ଥାନୀୟ ରିକ୍ରେସନ ସେଣ୍ଟରଠାରେ ଏକ ସାଧାରଣ ସଭା କରିଥିଲେ। ଏଥିରେ ଦଳର ସଭାପତି ଶରତ ପଟ୍ଟନାୟକ, ବିଧାୟକ ଦଳ ନେତା ନରସିଂହ ମିଶ୍ର, ବିଧାୟକ ଅଧିରାଜ ପାଣିଗ୍ରାହୀ, ସନ୍ତୋଷ ସିଂ ସାଲୁଜା, ପ୍ରସାଦ ହରିଚନ୍ଦନ, ଜିଲ୍ଲା ସଭାପତି ନିହାର ମହାନନ୍ଦ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ସେଠାରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ନାମାଙ୍କନ ପତ୍ର ଦାଖଲ କରିଥିଲେ।

publive-image

ଏହାପରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ନିରାଡ଼ମ୍ବର ଭାବରେ ଆସି ତାଙ୍କ ନାମାଙ୍କନ ପତ୍ର ଦାଖଲ କରିଥିଲେ। ତାଙ୍କ ସହିତ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି, ସାଂସଦ ସୁରେଶ ପୂଜାରୀ, ବିରୋଧୀ ଦଳ ନେତା ଜୟନାରୟଣ ମିଶ୍ର, ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ମୁଖପାତ୍ର ଗୋଲକ ମହାପାତ୍ର ସମେତ ବହୁ ସ୍ଥାନୀୟ କର୍ମୀ ଉପସ୍ଥିତ ଥିଲେ।

ସେହିପରି, ଓଜିପି ତରଫରୁ ମୁକ୍ତେଶ୍ୱର ଦାଶ, ଅଖିଳ ଭାରତ ହିନ୍ଦୁ ମହାସଭା ତରଫରୁ ବିଦ୍ୟାଧର ପାଣ୍ଡବଙ୍କ ସହିତ ଶେଷଦେବ ସାହୁ, ବୃନ୍ଦାବନ ପୁରୋହିତ, ରେବତୀ ଗିରି, ଉଦିତ ବଣ୍ଡିଆ, ଦେବାର୍ଚ୍ଚନ ନାଏକ, ଗଙ୍ଗାଧର ସାହା, ଦେବବ୍ରତ ସୁନାନୀ ସ୍ବାଧୀନ ପ୍ରାର୍ଥୀଭାବେ ନାମାଙ୍କନପତ୍ର ଦାଖଲ କରିଥିଲେ। ତିନି ପ୍ରମୁଖ ଦଳ ବିଜେଡି, ବିଜେପି, କଂଗ୍ରେସ ବ୍ୟତିରେକ ଓଡ଼ିଶା ଜନତା ପାର୍ଟି ଏବଂ ୯ ଜଣ ସ୍ବାଧୀନ ପ୍ରାର୍ଥୀଙ୍କୁ ମିଶାଇ ମୋଟ୍‌ ୧୩ ଜଣ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସର ଶ୍ରୀପାତ୍ରଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe