ରଥ ନିର୍ମାଣରେ ନିୟୋଜିତ ଥିବା ସେବାୟତ ଆଜିଠାରୁ ସଙ୍ଗରୋଧରେ ରହିବେ

Advertisment
ରଥ ନିର୍ମାଣରେ ନିୟୋଜିତ ଥିବା ସେବାୟତ ଆଜିଠାରୁ ସଙ୍ଗରୋଧରେ ରହିବେ

ପୁରୀ: କରୋନା କଟକଣା ଭିତରେ ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ରଥ ନିର୍ମାଣ କାମ ଆଗେଇ ଚାଲିଛି। ପ୍ରଶାସନିକ ବିଧି ବ୍ୟବସ୍ଥା ଅନୁସାରେ ରଥ ନିର୍ମାଣରେ ନିୟୋଜିତ ଥିବା ସେବାୟତ ଆଜିଠାରୁ ସଙ୍ଗରୋଧରେ ରହିବେ। ତିନୋଟି ଭକ୍ତ ନିବାସରେ ୨୦୫ ଜଣ ସେବାୟତଙ୍କୁ ରଖିବା ପାଇଁ ବ୍ୟବସ୍ଥା କରାଯାଇଛି । ସଙ୍ଗରୋଧରେ ରହିବା ସମୟରେ ସେବାୟତଙ୍କୁ ଖାଇବାକୁ ଦିଆଯିବ। ପ୍ରତିଦିନ ସେବାୟତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ।

publive-image

ତେବେ ସେବାୟତଙ୍କ ଏହି ସ୍ୱାସ୍ଥ୍ୟ ପରୀକ୍ଷା କୋଭିଡ-୧୯ ପରୀକ୍ଷା ନୁହେଁ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ସ୍ପଷ୍ଟ କରିଛନ୍ତି। ରଥଯାତ୍ରା ହେବ ନା ନାହିଁ ତାହା ଆଜି ଯାଏଁ ସ୍ପଷ୍ଟ ହୋଇନାହିଁ। କିନ୍ତୁ କେନ୍ଦ୍ର ଗୃହ ମନ୍ତ୍ରାଳୟଙ୍କ ସବୁଜ ସଂକେତ ପରେ ସେବାୟତମାନେ ରଥ ନିର୍ମାଣ କାମ ଜାରି ରଖିଛନ୍ତି । ରଥ ଖଳାକୁ ଧଳା କପଡାରେ ଢାଙ୍କି, ବ୍ୟାରିକେଡ୍‌ କରି ରଥକାମ ସୁରୁଖୁରୁରେ ଆଗେଇ ଚାଲିଛି । ସୁରକ୍ଷାକୁ ଦୃଷ୍ଟିରେ ରଖି ରଥଖଳା ଠାରୁ ୨ଶହ ମିିଟର ଯାଏଁ ନିଷେଧାଞ୍ଚଳ ଘୋଷଣା କରାଯାଇଛି। ମହାରଣା ସେବାୟତ, ଭୋଇ ସେବାୟତ ଓ କମାର ସେବାୟତ ସେମାନଙ୍କ ରଥ ନିର୍ମାଣ କାର୍ଯ୍ୟକୁ ଯେମିତି ଜାରି ରଖିବା କଥା ସେମିତି ଜାରି ରଖିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe