ଶ୍ରୀ ଜଗନ୍ନାଥ ମନ୍ଦିରର ୧୧୪୩ ସେବାୟତଙ୍କ ଭିତରୁ ମାତ୍ର ଜଣେ କରୋନା ପଜିଟିଭ୍ ଚିହ୍ନଟ, ପୁରୀ ଜିଲ୍ଲା ପ୍ରଶାସନର ସୂଚନା

ପୁରୀ: ପୁରୀର ଶ୍ରୀ ଜଗନ୍ନାଥ ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ନେଇ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦେଶ ଅନୁଯାୟୀ ଗତକାଲି ୧୧୪୩ଜଣ ସେବାୟତଙ୍କ କୋଭିଡ-୧୯ ପରୀକ୍ଷା କରାଯାଇଥିଲା | ରଥଯାତ୍ରା ପୂର୍ବରୁ ଏଭଳି କରାଯିବାକୁ ନିର୍ଦେଶ ଦିଆଯାଇଥିଲା।  ସେମାନଙ୍କ ଭିତରୁ ଜଣେ ମାତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ସେବାୟତମାନଙ୍କ ରିପୋର୍ଟ ନେଗେଟିଭ୍ ଆସିଥିବା କୁହାଯାଇଛି|

ପଜିଟିଭ ଚିହ୍ନଟ ହୋଇଥିବା ସେବାୟତଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।ସେବାୟତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ନେଇ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଅଆଯାଇଛି।

image source–long island press

ଆଜି ବିଶ୍ୱନିୟନ୍ତା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରା । କରୋନା କଟକଣା ଭିତରେ କେବଳ ପୁରୀରେ ବିନା ଭକ୍ତରେ ଅନୁଷ୍ଠିତ ହେଉଛି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ଆଜି ଭାଇ ଭଉଣୀଙ୍କୁ ସାଥିରେ ଘେନି ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା କରିବେ କାଳିଆ ସାଆନ୍ତ । ହେଲେ ବ୍ୟତିକ୍ରମ ହେଉଛି ଚଳିତ ବର୍ଷ ବଡ଼ଦାଣ୍ଡରେ ରଥଯାତ୍ରାରେ ଯିବା ବେଳେ ଆଉ କାଳିଆକୁ ଚାହିଁବେନି ଲକ୍ଷ ଲକ୍ଷ ଭକ୍ତ। କାରଣ, ଭକ୍ତଙ୍କୁ ବଡ଼ଦାଣ୍ଡ ମନା । ଟିଭି ପରଦାରେ ଶ୍ରୀଜିଉଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ ।

ସମ୍ବନ୍ଧିତ ଖବର