ଓଡ଼ିଶାରେ ଦ୍ବିତୀୟ ଏମ୍ସ ପ୍ରତିଷ୍ଠା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ଓଡ଼ିଶାରେ ଦ୍ବିତୀୟ ଏମ୍ସ ପ୍ରତିଷ୍ଠା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରଜେଶ ଭୂଷଣଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ସୁନ୍ଦରଗଡ଼ ଜିଲ୍ଲାରେ ରାଜ୍ୟର ଦ୍ବିତୀୟ ଏମ୍ସ ପ୍ରତିଷ୍ଠା ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି। ଏହା ସହ ସୁନ୍ଦରଗଡ଼ ଜିଲ୍ଲାରେ ଦ୍ବିିତୀୟ ଏମ୍ସ ପ୍ରତିଷ୍ଠା ନେଇ ଭିତ୍ତିଭୂମି ଥିବା ଜଣାଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ବିହାର ଭଳି ଅନ୍ୟ ରାଜ୍ୟରେ ମଧ୍ୟ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ହୋଇଥିବା ଦର୍ଶାଇ ଓଡ଼ିଶାର ସୁନ୍ଦରଗଡ଼ରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ପାଇଁ ସେ ଦାବି କରିଛନ୍ତି ।

ଚିଠିରେ ମୁଖ୍ୟ ଶାସନସଚିବ ‌ଲେଖିଛନ୍ତି ଯେ, ବିହାରରେ ଦ୍ବିତୀୟ ଏମ୍ସ ହେବା ସହ ଅନ୍ୟ ରାଜ୍ୟରେ ଦ୍ବିତୀୟ ଏମ୍ସ ତିଆରି ପ୍ରସ୍ତାବ ବିଚାରଧୀନ ରହିଛି। ତେଣୁ ଓଡ଼ିଶ‌ାରେ ସ୍ୱାସ୍ଥ୍ୟ ସେବା ଆବଶ୍ୟକତାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲ୍ଲାରେ ଦ୍ବିତୀୟ ଏମ୍ସ ପ୍ରତିଷ୍ଠା କଥା ବିଚାର ହେଉ। ଦ୍ବିତୀୟ ଏମ୍ସ ପ୍ରତିଷ୍ଠା ହେଲେ ସ୍ଥାନୀୟ ଆଦିବାସୀ ଓ ପଶ୍ଚିମ ଓଡ଼ିଶାବାସୀ ଉପକୃତ ହେବେ। ସୁନ୍ଦରଗଡ଼ରେ ଏମ୍ସ ପାଇଁ ଭିତ୍ତିଭୂମି ରହିଛି। ରାଜ୍ୟ ସରକାର ଓ ଏନଟିପିସି ସହଭାଗିତାରେ ୫୦୦ଶଯ୍ୟା ବିଶିଷ୍ଟ ହସ୍ପିଟାଲ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି।  ଏଠାରେ ୧୦୦ ଏମବିବିଏସ ଛାତ୍ର-ଛାତ୍ରୀଙ୍କ ପଢ଼ିବା ନେଇ ଭିତ୍ତିଭୂମି ରହିଥିବା ସହ ରେଳ ଏବଂ ବିମାନ ଯୋଗାଯୋଗ ସୁବିଧା ରହିଛି ବୋଲି ସେ ଲେଖିଛନ୍ତି। ଏ ସବୁ ସୁବିଧ‌ା ଥିବା କଥା କହି ସୁନ୍ଦରଗଡ଼ରେ ଦ୍ବିତୀୟ ଏମ୍ସ ପ୍ରତିଷ୍ଠା ନେଇ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ।

ସମ୍ବନ୍ଧିତ ଖବର