ହାଇକୋର୍ଟରେ ହାଜର ହେଲେ ଉଚ୍ଚଶିକ୍ଷା ସଚିବ

Advertisment
ହାଇକୋର୍ଟରେ ହାଜର ହେଲେ ଉଚ୍ଚଶିକ୍ଷା ସଚିବ

କଟକ : ଅଦାଲତ ଅବମାନନା ମାମଲାରେ ଉଚ୍ଚଶିକ୍ଷା ସଚିବ ଶାଶ୍ବତ ମିଶ୍ର ବୁଧବାର ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହୋଇଛନ୍ତି। ଡକ୍ଟର ଜଷ୍ଟିସ ବି.ଆର୍‌. ଷଡଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଅଦାଲତ ଅବମାନନା ମାମଲାର ଶୁଣାଣି ସମୟରେ ଉଚ୍ଚଶିକ୍ଷା ସଚିବ ବ୍ୟକ୍ତିଗତ ଭାବେ ହାଜର ହୋଇ ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ କର୍ଯ୍ୟକାରୀ କରାଯାଇଥିବା ନେଇ ସତ୍ୟପାଠ ଦାଖଲ କରିଛନ୍ତି। ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ କାର୍ଯ୍ୟକାରୀ କରାଯାଇ ଆବେଦନକାରୀଙ୍କୁ ବକେୟା ପ୍ରାପ୍ୟ ପ୍ରଦାନ ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ସଚିବଙ୍କ ପକ୍ଷରୁ ଅବଗତ କରାଯାଇଛି।

ସମ୍ବଲପୁର ବିଶ୍ବବିଦ୍ୟାଳୟ‌ର କର୍ମଚାରୀ ଭାବେ ଆବେଦନକାରୀ କାର୍ଯ୍ୟ କରୁଥିବା ବେଳେ ଚିତ୍ତରଂଜନ ତ୍ରିପାଠୀ ଓ ଉଦିତ କୁମାର ପାଣିଗ୍ରାହୀଙ୍କୁ ଚାକିରିରୁ ଅନ୍ତର କରାଯାଇଥିଲା। ଏହି ପ୍ରସଂଗରେ ଉଭୟ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଏ ସମ୍ପର୍କିତ ମାମଲାର ଶୁଣାଣି କରି ହାଇକୋର୍ଟ ସଚିବଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ସମୀର କୁମାର ଦାସ ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe