ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭିକେ ପାଣ୍ଡିଆନ ଆଜି କଣ୍ଟିଲୋ ନୀଳମାଧଵ ପୀଠ ପରିଦର୍ଶନରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୀଠର ଉନ୍ନତି ସମ୍ପର୍କରେ ସ୍ଥାନୀୟ ଲୋକ ଓ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ। ନୟାଗଡ ଜିଲ୍ଲା କଣ୍ଟିଲୋ ଏକ ପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନ ସ୍ଥଳୀ ମହାନଦୀ କୂଳରେ ନୀଳମାଧଵ ପୀଠର ଶୋଭା ଅତ୍ୟନ୍ତ ମନୋରମ ବୋଲି କହିଛନ୍ତି। ୫ଟି କାର୍ଯ୍ୟକ୍ରମରେ ଏହି ପୀଠର ବିକାଶ କରି ଅଧିକ ପର୍ଯ୍ୟଟକଙ୍କୁ ସେଠାକୁ କିପରି ଆକୃଷ୍ଟ କରାଯାଇପାରିବ। ସେ ସମ୍ପର୍କରେ ସରକାର ପଦକ୍ଷେପ ନେଉଛନ୍ତି। ଏହା ସହିତ ଏଠାକୁ ଆସୁଥିବା ଭକ୍ତ ମାନଙ୍କ ସୁବିଧା ପାଇଁ ମଧ୍ୟ ବିଭିନ୍ନ ସୁବିଧା ସୁଯୋଗ ର ବିକାଶ କରାଯିବ। ଏଥି ନିମନ୍ତେ ଖୁଵ ଶୀଘ୍ର ଏକ ମାଷ୍ଟର ପ୍ଲାନ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ ବୋଲି ଜଣା ଯାଇଛି।ଏଥି ପାଇଁ ପୂର୍ତ୍ତ ବିଭାଗକୁ ଦାୟିତ୍ବ ଦିଆଯାଇଛି। ଏହି ପରଦର୍ଶନ ସମୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବିବି ଯାଦବ, ନୟାଗଡ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
‘ନୀଳମାଧବ ପୀଠ’ର ଉନ୍ନତି ପାଇଁ ଖୁବ ଶୀଘ୍ର ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପିତ କରାଯିବ: ୫ଟି ସଚିବ
ଉନ୍ନତିକରଣ କାମ ସମ୍ପର୍କରେ ସ୍ଥାନୀୟ ଲୋକ ଓ ସେବାୟତଙ୍କ ସହିତ ଆଲୋଚନା କଲେ ଭିକେ ପାଣ୍ଡିଆନ୍
/sambad/media/post_attachments/wp-content/uploads/2022/04/89e55159-682e-47dd-9793-c829c91ea3a0.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)