ରାଜଧାନୀରେ ଜିମ୍ ଭିତରୁ ସିକ୍ୟୁରିଟି ଗାର୍ଡଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Advertisment
ରାଜଧାନୀରେ ଜିମ୍ ଭିତରୁ ସିକ୍ୟୁରିଟି ଗାର୍ଡଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱରର କଳ୍ପନା ଛକ ନିକଟରେ ଥିବା ଏକ ଜିମ୍ ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଲେ ରଂଜିତ ନାୟକ। ରଂଜିତଙ୍କ ଘର ୬ ନମ୍ବରରେ ହୋଇଥିବା ବେଳେ ସେ ଜିମରେ ସିକ୍ୟୁରିଟି ଗାର୍ଡ ଭାବେ କାର୍ଯ୍ୟ କରୁଥିଲେ । ହେଲେ ପରିବାର ଲୋକ ରଂଜିତଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରିପାରିନାହାନ୍ତି।

ଯଦିଓ ମୃତ୍ୟୁ ପଛର କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ, ରଂଜିତଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୁଲିସ ମୃତଦେହ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ସମ୍ପର୍କୀୟଙ୍କ ଅଭିଯୋଗ ଆଧାରରେ ଏହି ଘଟଣାରେ ଏକ ହତ୍ୟା ମାମଲା ରୁଜୁ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe