ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟର ବରିଷ୍ଠ ଆଇଏଏସ ଓ ଆଇପିଏସ ଅଧିକାରୀ

Advertisment
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟର ବରିଷ୍ଠ ଆଇଏଏସ ଓ ଆଇପିଏସ ଅଧିକାରୀ

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ଏବଂ ପୌର ନିର୍ବାଚନରେ ବିପୁଳ ସଫଳତା ଲାଭ କରିଛି ବିଜେଡି। ଏଥିଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରାଜ୍ୟର ବରିଷ୍ଠ ଆଇଏଏସ ଓ ଆଇପିଏସ ଅଧିକାରୀମାନେ ଶୁଭେଚ୍ଛା ଜଣାଇଛନ୍ତି। ସେମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଏଣେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଅଧିକାରୀଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହି ଅବସରରେ ସରକାରଙ୍କ ବିକାଶମୂଳକ କାର୍ଯ୍ୟରେ ପ୍ରତିବଦ୍ଧତାର ସହ କାମ କରିବାକୁ ବରିଷ୍ଠ ଆଇଏଏସ ଓ ଆଇପିଏସ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe