୬ ବିଜେଡି ନେତାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ବ

ଭୁବନେଶ୍ବର : ବିଜେଡିର ଛଅ ଜଣ ବରିଷ୍ଠ ନେତାଙ୍କୁ ୩୦ଟି ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି। ନିରଞ୍ଜନ ପୂଜା‌ରୀଙ୍କୁ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ବର, ପ୍ରମିଳା ମଲ୍ଲିକଙ୍କୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି, ଦେବୀ ପ୍ରସାଦ ମିଶ୍ରଙ୍କୁ ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ ଓ ବୌଦ୍ଧ, ମହେଶ୍ବର ମହାନ୍ତିଙ୍କୁ ମୟୂରଭଞ୍ଜ ଓ କେନ୍ଦୁଝର, ପ୍ରତାପ ଜେନାଙ୍କୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲା ଦାୟିତ୍ବ ଦିଆଯାଇଛି। ଦଳର ସଭାପତି ନବୀନ ପଟ୍ଟନାୟକ ଏହି ନିଯୁକ୍ତି ଦେଇଥିବା ନେଇ ବିଜ୍ଞପ୍ତି ଜାରି ହୋଇଛି।

ସମ୍ବନ୍ଧିତ ଖବର