ଟ୍ରକକୁ ପିଟିଲା ବସ୍‌; ୭ ଆହତ, ମେଡିକାଲରେ ଭର୍ତ୍ତି

Advertisment
ଦୁର୍ଘଟଣାରେ ଜଣେ ମୃତ

ଭଦ୍ରକ: ଟ୍ରକ୍‌କୁ ଏକ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ୭ ଜଣ ଆହତ ହୋଇଥିବା ଜଣାପଡିଛି। ଆହତମାନଙ୍କୁ ଚିକିତ୍ସା ଲାଗି ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି।

ଗତକାଲି ରାତିରେ ବସ୍‌ଟି ଭୁବନେଶ୍ୱରରୁ କୋଲକାତା ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଜାତୀୟ ରାଜପଥ-୧୬ର ବୀଣା ପେଟ୍ରେଲ ପମ୍ପ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରକ୍‌କୁ ପଛପଟୁ ଧକ୍କା ଦେବାରୁ ଏପରି ଅଘଟଣ ଘଟିଥିଲା। ଦୁର୍ଘଟଣା ପରେ ବସ୍‌ର ଡ୍ରାଇଭର ଓ କଣ୍ଡକ୍ଟର ଫେରାର ହୋଇଯାଇଛନ୍ତି। ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe