ଭାରତୀୟ ରିଜର୍ଭ ବ୍ୟାଙ୍କର ପ୍ରଥମ ଓଡ଼ିଆ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ପାଇବେ ପ୍ରାଣନାଥ ସମ୍ମାନ

ଭୁବନେଶ୍ୱର : ଭାରତୀୟ ରିଜର୍ଭ ବ୍ୟାଙ୍କର ପ୍ରଥମ ଓଡ଼ିଆ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ଚଳିତବର୍ଷର ସମ୍ମାନଜନକ ‘ପ୍ରାଣନାଥ ସମ୍ମାନ’ ପ୍ରଦାନ କରାଯିବ। ପ୍ରଖ୍ୟାତ ସ୍ବାଧୀନତା ସଂଗ୍ରାମୀ, ଶିକ୍ଷାବିତ, ସାହିତ୍ୟିକ ତଥା କୃଷକ ଓ ସାମ୍ୟବାଦୀ ଆନ୍ଦୋଳନର ଆଦ୍ୟ ପୁରୋଧା ପ୍ରାଣନାଥ ପଟ୍ଟନାୟକଙ୍କ ୪୯ତମ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ ଆସନ୍ତା ୫ତାରିଖ ସଂଧ୍ୟାରେ ଜୟଦେବ ଭବନଠାରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ସ୍ମୃତି ସମାରୋହରେ ଏହି ସମ୍ମାନ ପ୍ରଦାନ କରାଯିବ। ଏହି ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏଥିରେ ‘ସମ୍ବାଦ’ର ସମ୍ପାଦକ ସୌମ୍ୟରଞ୍ଜନ ପଟ୍ଟନାୟକ, ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଦୀପକ ମାଲବ୍ୟ, ସାଂସଦ ଅଚ୍ୟୁତ ସାମନ୍ତ ପ୍ରମୁଖ ଅତିଥି ଭାବେ ଯୋଗଦେବେ ବୋଲି ପ୍ରାଣନାଥ ସ୍ମୃତି ସମିତି ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର