ବଢ଼ିବ ଦିନର ତାପମାତ୍ରା, କମିବ ଶୀତ; ପାହାନ୍ତା ପହରକୁ ପଡ଼ିବ ଘନ କୁହୁଡ଼ି: ୟେଲୋ ଓ୍ଵାର୍ଣ୍ଣିଂ ଜାରି

Advertisment
ବଢ଼ିବ ଦିନର ତାପମାତ୍ରା, କମିବ ଶୀତ; ପାହାନ୍ତା ପହରକୁ ପଡ଼ିବ ଘନ କୁହୁଡ଼ି: ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ଅର୍ଥାତ ଶୁକ୍ରବାର ମଧ୍ୟାହ୍ନ ପର୍ଯ୍ୟନ୍ତ ରାଜ୍ୟର ପାଗ ମୁଖ୍ୟତଃ ଶୁଖିଲା ରହିବ। ଏହି ସମୟ ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରାରେ ବୃଦ୍ଧି ଘଟିବା ସହ ଶୀତର ପ୍ରକୋପ ହ୍ରାସ ପାଇବ।

ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ବୁଧବାର ପାହାନ୍ତା ପହରକୁ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଂଜ ଏବଂ ଉପକୂଳ ଓଡ଼ିଶା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି। ତେବେ, ଏହି ସମୟ ମଧ୍ୟରେ ରାଜ୍ୟର ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ବୌଦ୍ଧ, ନୟାଗଡ଼, କଟକ, ଅନୁଗୁଳ, ଢ଼େଙ୍କାନାଳ, କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ବା ହଳଦିଆ ଚେତାବନୀ ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

publive-image

ସେହିପରି ଗୁରୁବାର ପାହାନ୍ତା ପହରକୁ ଉପକୂଳ ଓଡ଼ିଶା, ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅଗଭୀରରୁ ମଧ୍ୟମ କୁହୁଡ଼ି ହେବାର ସମ୍ଭାବନା ରହିଛି।

publive-image

ତେବେ, ଏହି ସମୟ ମଧ୍ୟରେ ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ ୟେଲୋ ଓ୍ଵାର୍ଣ୍ଣିଂ ବା ହଳଦିଆ ଚେତାବନୀ ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe