୯ ଜିଲ୍ଲାରେ ପଡ଼ିବ ଘନ କୁହୁଡ଼ି; ଜାରି ହେଲା ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଣିପାଗରେ ସେପରି କୌଣସି ବଡ଼ଧରଣ ପରିବର୍ତ୍ତନର ସମ୍ଭାବନା ନାହିଁ। ରାଜ୍ୟର ପାଗ ମୁଖ୍ୟତଃ ଶୁଖିଲା ରହିବ।

ତେବେ, ଆଗାମୀ ୨ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତର ଓଡ଼ିଶା, ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶା, ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ରାତିର ତାପମାତ୍ରାରେ ହ୍ରାସ ଘଟିବା ସହ ଶୀତ ଅନୁଭୂତ ହେବ ଏବଂ କରକାପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଜି ଅପରାହ୍ନରେ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏକ ବୁଲେଟିନ୍‌ରେ କୁହାଯାଇଛି ଯେ ଏହି ସମୟ ମଧ୍ୟରେ ରାଜ୍ୟର ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ଅଧିକ ରହିଛି।

ସେହିପରି ବୁଧବାର ଉତ୍ତର ଉପକୂଳ ଓଡିଶା ଏବଂ ଦକ୍ଷିଣ ଉପକୂଳ ଓଡିଶାର ମୟୂରଭଞ୍ଜ, କନ୍ଧମାଳ, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି।

ଏଥିସହ ଏହି ସମୟ ମଧ୍ୟରେ ରାଜ୍ୟର ଭଦ୍ରକ, କେନ୍ଦ୍ରାପଡା ଜଗତସିଂହପୁର, କଟକ, ଖୋର୍ଧା, ପୁରୀ, ନୟାଗଡ଼, କନ୍ଧମାଳ ଏବଂ ଯାଜପୁର ଜିଲ୍ଲାରେ ଘନ କୁହୁଡି ପଡ଼ିବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଳୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସମ୍ବନ୍ଧିତ ଖବର