ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର କରୋନା ପଜିଟିଭ୍‌ ଚିହ୍ନଟ

Advertisment
ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ଅଧ୍ୟକ୍ଷା ଶ୍ରୀମୟୀ ଶ୍ୱେତା ସ୍ନିଗ୍ଧା ମିଶ୍ର ଆଜି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଶ୍ରୀମତୀ ମିଶ୍ର ନିଜେ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି।

ଶ୍ରୀମିଶ୍ର କହିଛନ୍ତି, ମୁଁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି ଏବଂ ଭଗବାନ ଜଗନ୍ନାଥଙ୍କ କୃପାରୁ ଭଲରେ ଅଛି।

ଗତ ନିର୍ବାଚନରେ ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ଥିବା ବଲାଙ୍ଗୀରର ଯୁବନେତ୍ରୀ ଶ୍ରୀମୟୀ ମିଶ୍ର ୨୦୧୯ ମସିହା ଅଗଷ୍ଟ ୧୬ରେ ଓଡ଼ିଶା ପର୍ଯ୍ୟଟନ ନିଗମ ଅଧ୍ୟକ୍ଷା ଭାବେ ନିଯୁକ୍ତି ପାଇଥିଲେ। ଏହା ପୂର୍ବରୁ ୨୦୧୮ ମସିହାରେ ଶ୍ରୀମୟୀଙ୍କୁ ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ନିଯୁକ୍ତ କରିଥିଲେ ଦଳର ସଭାପତି ନବୀନ ପଟ୍ଟନାୟକ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe