ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବରେ କେନ୍ଦ୍ରାଞ୍ଚଳ ଆରଡିସି

ଭୁବ‌ନେଶ୍ବର : ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର୍‌ ରାଧାମାଧବ ଦାଶଙ୍କ କାର୍ଯ୍ୟକାଳ ଆସନ୍ତା ୧୦ ତାରିଖରେ ଶେଷ ହେବ। ତାହାକୁ ଦୃଷ୍ଟିରେ ରଖି କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ୍‌ କୁମାର ସାମଲଙ୍କୁ ବିଶ୍ବବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ଦିଆଯାଇଛି। ରାଜ୍ୟପାଳ ତଥା ବିଶ୍ବବିଦ୍ୟାଳୟ କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍‌ଙ୍କ ନିର୍ଦେଶକ୍ରମେ ଶ୍ରୀ ସାମଲ ଅତିରିକ୍ତ ଭାବେ ଏହି ଦାୟିତ୍ବ ତୁଲାଇବେ। ୧୦ ତାରିଖ ଅପରାହ୍‌ଣରେ ସେ କାର୍ଯ୍ୟରେ ଯୋଗଦେବେ ବୋଲି ଜଣାପଡ଼ିଛି।

ସମ୍ବନ୍ଧିତ ଖବର