ସ୍ୱାଧୀନତା ଦିବସ ପାଇଁ ସଟ୍‌ଡାଉନ୍‌ କୋହଳ : ପତାକା ଉତ୍ତୋଳନରେ ସାମିଲ ହୋଇପାରିବେ ସର୍ବାଧିକ ୧୦ ଜଣ

ଭୁବନେଶ୍ୱର : କରୋନା ପାଇଁ ରାଜ୍ୟ ସରକାର ଖୋର୍ଧା, ଗଞ୍ଜାମ, କଟକ ଓ ଗଜପତି ଜିଲ୍ଲା ଏବଂ ରାଉ‌ରକେଲା ସହରରେ ଶନିବାର ଓ ରବିବାରକୁ ସଟ୍‌ଡାଉନ୍ ଘୋଷଣା କରିଛନ୍ତି। ତେବେ ଶନିବାର ସ୍ବାଧୀନତା ଦିବସ ପାଇଁ ସରକାର ଏଥିରେ କିଛିଟା କୋହଳ କରିଛନ୍ତି। ଦିନ ୧୧ଟା ପର୍ଯ୍ୟନ୍ତ ଲୋକମାନଙ୍କୁ ପତାକା ଉତ୍ତୋଳନ କରିବା ଲାଗି ଅନମୁତି ପ୍ରଦାନ କରାଯାଇଛି। ତେବେ ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ସର୍ବାଧିକ ୧୦ଜଣ ସାମିଲ ହୋଇପାରିବେ ବୋଲି ମୁଖ୍ୟ ଶାସନ ସଚିବ ନିର୍ଦେଶ ଦେଇଛନ୍ତି। ସେହିପରି ସାମାଜିକ ଦୂରତ୍ବ ମାନିବା ଓ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି।

ସମ୍ବନ୍ଧିତ ଖବର