୧ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

Advertisment
ପର୍ଯ୍ୟଟକଙ୍କ ପାଇଁ ଶିମଳିପାଳ ବନ୍ଦ

ବାରିପଦା : ପର୍ଯ୍ୟଟକଙ୍କ ପାଇଁ ବନ୍ଦ ଥିବା ଶିମିଳିପାଳ ଅଭୟାରଣ୍ୟ ନଭେମ୍ବର ପହିଲାରୁ ପୁଣିଥରେ ଖୋଲିବ। ଏ ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ କ୍ଷେତ୍ର ନିର୍ଦ୍ଦଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ହରିଶଙ୍କର ବଶିଷ୍ଟଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।

ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଶିମିଳିପାଳ ଅଭୟାରଣ୍ୟ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ନିମନ୍ତେ ବାରିପଦା ଓ ଯଶୀପୁର ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କାର୍ଯ୍ୟାଳୟରୁ ଅନୁମତି ମିଳିବ। ଏଥିସହିତ ପ୍ରତ୍ୟେକ ଦିନ ପିଠାବଟା ରେଞ୍ଜର ଲୁଲୁଙ୍ଗ ଫାଟକ ଦେଇ ୨୫ ଗୋଟି ଓ ଯଶୀପୁରର କାଳିଆଣି ଫାଟକ ମଧ୍ୟ ଦେଇ ୩୫ ଗୋଟି ୪ଚକିଆ ଯାନର ପ୍ରବେଶ ଅନୁମତି ମିଳିବ। ଏନେଇ ସର୍ବପ୍ରଥମେ ଆସିଥିବା ଯାନଗୁଡ଼ିକ ମଧ୍ୟରୁ କ୍ରମାନ୍ୱୟ ଅନୁସାରେ ଅନୁମିତି ମିଳିବ। ଏଥି ନିମନ୍ତେ ପିଠାବଟା ଓ ଯଶୀପୁର ବୁକିଂ କାଉଣ୍ଟରରୁ ପୂର୍ବାହ୍ନ ୬ଟାରୁ ୯ଟା ପର୍ଯ୍ୟନ୍ତ ପ୍ରବେଶ ପତ୍ର ମିଳିପାରିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe