ଖଲ୍ଲିକୋଟ ହିଂସାକାଣ୍ଡ ଓ ହତ୍ୟାର ତଦନ୍ତ ପାଇଁ ଏସଆଇଟି ଗଠିତ

Advertisment
ଖଲ୍ଲିକୋଟ ହିଂସାକାଣ୍ଡ ଓ ହତ୍ୟାର ତଦନ୍ତ ପାଇଁ ଏସଆଇଟି ଗଠିତ

ଭୁବନେଶ୍ବର: ଖଲ୍ଲିକୋଟ ହିଂସାକାଣ୍ଡ ଓ ହତ୍ୟାର ତଦନ୍ତ ପାଇଁ ଏସଆଇଟି ଗଠିତ ହେଲା।  ଏସ୍‌ଆଇଟି ହତ୍ୟା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ। ସାଇଣ୍ଟିଫିକ୍‌, ଫୋରେନ୍‌ସିକ୍‌ ଓ ଡିଜିଟାଲ ତଥ୍ୟ ଆଧାରରେ ତଦନ୍ତ କରିବ।ମାମଲାରେ ଫେରାର ଥିବା ଅନ୍ୟ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବ। ଏସଆଇଟି ତଦନ୍ତ କରି ୩୦ ଦିନ ମଧ୍ୟରେ ଚାର୍ଜସିଟ୍‌ ଦାଖଲ କରିବ ବୋଲି ଜଣାଯାଇଛି। ଏଡିଜି ରାଧାକୃଷ୍ଣ ଶର୍ମା ଛତ୍ରପୁରରେ କ୍ୟାମ୍ପ ଅଫିସ୍ କରି ସେଠାକାର ଆଇନଶୃଙ୍ଖଳା ଉପରେ ଧ୍ୟାନ ଦେବେ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ଖଲ୍ଲିକୋଟରେ ନିର୍ବାଚନୀ ହିଂସାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଫଳରେ ଉଭୟ ପକ୍ଷର ୭ଜଣ ଆହତ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଥିଲେ। ସୁରକ୍ଷା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଥିଲେ। ଏଣେ ଏଯାଏ ଏହି ମାମଲାରେ ୯ଜଣଙ୍କୁ ଗିରଫ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe