କୁନ୍ଦୁଲି ଗଣଦୁଷ୍କର୍ମ ମାମଲା : ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିବା ପରେ ଏସ୍ଆଇଟିକୁ ଟ୍ରାଏଲ କୋର୍ଟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

Advertisment
କୁନ୍ଦୁଲି ଗଣଦୁଷ୍କର୍ମ ମାମଲା : ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିବା ପରେ ଏସ୍ଆଇଟିକୁ ଟ୍ରାଏଲ କୋର୍ଟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ:  କୁନ୍ଦୁଲି ଗଣଦୁଷ୍କର୍ମ ଓ ଆତ୍ମହତ୍ୟା ମାମଲାର ତଦନ୍ତ କରୁଥିବା ସ୍ବତନ୍ତ ଅନୁସନ୍ଧାନକାରୀ ଟିମ୍ (ଏସ୍ଆଇଟି) ସୋମବାର ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିଛି। ରିପୋର୍ଟ ଦାଖଲ କରାଯିବା ପରେ ଏହାକୁ ଟ୍ରାଏଲ୍ କୋର୍ଟରେ ଦାଖଲ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହା ପୂର୍ବରୁ ଡିସେମ୍ବର ୧୭ରେ କୁନ୍ଦୁଲି ଗଣଦୁଷ୍କର୍ମ ଓ ପୀଡ଼ିତାଙ୍କ ଆତ୍ମହତ୍ୟା ଘଟଣାରେ ଏସ୍‌ଆଇଟି ତଦନ୍ତର ସ୍ଥିତି ସଂପର୍କରେ ହାଇକୋର୍ଟରେ ଷ୍ଟାଟସ୍ ରି‌ପୋର୍ଟ ଦାଖଲ କରିଥିଲା। ସରକାରଙ୍କ ପକ୍ଷରୁ ଏସ୍‌ଆଇଟି ତଦନ୍ତ ସଂପର୍କିତ ଷ୍ଟାଟସ୍ ରିପୋର୍ଟ ବନ୍ଦ ଲଫାପାରେ ଦାଖଲ କରାଯାଇଥିଲା। ଏସ୍‌ଆଇଟି ତଦନ୍ତ ଶେଷ ହେବା ପାଇଁ ଆଉ କିଛି ସମୟ ଆବଶ୍ୟକ ବୋଲି ସରକାରଙ୍କ ପକ୍ଷରୁ ଦର୍ଶାଯିବା ପରେ ମୁଖ୍ୟବିଚାରପତି ଜଷ୍ଟିସ କେ.ଏସ.ଜାଭେରୀ ଓ ଜଷ୍ଟିସ କେ.ଆର.ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୩ ତାରିଖକୁ ଧାର୍ଯ୍ୟ କରିଥିଲେ। ଉଲ୍ଲେଖଯୋଗ୍ୟ, କୁନ୍ଦୁଲି ଗଣଦୁଷ୍କର୍ମ ଓ ଆତ୍ମହତ୍ୟା ମାମଲାର ତଦନ୍ତ ଏସଆଇଟି ଦ୍ବାରା କରାଇବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।

publive-image updateodisha.com

ସୂଚନା ମୁତାବକ, କୋରାପୁଟ ଜିଲ୍ଲା ପଟାଙ୍ଗୀ ଥାନା କୁନ୍ଦୁଲି ନିକଟରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ୨୦୧୭ ଅକ୍ଟୋବର ୧୦ ତାରିଖରେ ଯବାନ ପୋଷାକ ପିନ୍ଧିଥିବା ୪ଜଣ ଯୁବକ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ପରେ ଘଟଣାର ୩ ମାସ ପରେ ଛାତ୍ରୀ ଜଣକ  ଆତ୍ମହତ୍ୟା କରିଥି‌ଲେ। ହାଇକୋର୍ଟଙ୍କ ନିର୍ଦେଶକ୍ରମେ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଟିମ (ଏସଆଇଟି) ମାମଲାର ତଦନ୍ତ କରୁଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe