ଆଜି, କାଲି ୬ ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍‌ ବାତିଲ୍‌

ଭୁବନେଶ୍ବର : ଦୈନିକ ଚଳାଚଳ କରୁଥିବା ୬ ଯୋଡ଼ା ମେମୁ/ପାସେଞ୍ଜର ଟ୍ରେନ୍‌ ସୋମବାର ଓ ମଙ୍ଗଳବାର ବାତିଲ ରହିବ। ରାଜ୍ୟ ସରକାରଙ୍କ ଦ୍ବାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀ ଅନୁଯାୟୀ ଏବଂ କୋଭିଡ-୧୯ ସଂକ୍ରମଣ ମାମଲା ବୃଦ୍ଧିର ଶୃଙ୍ଖଳକୁ ଭାଙ୍ଗିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ମେ’ ୧୦ ଓ ୧୧ରେ ୬ଯୋଡ଼ା ସ୍ଥାନୀୟ ପାସେଞ୍ଜର/ମେମୁ ଟ୍ରେନ୍‌କୁ ଉଭୟ ଦିଗରୁ ବାତିଲ କରିବାକୁ ନିଷ୍ପତ୍ତି ହୋଇଛି। ଉକ୍ତ ଟ୍ରେନ୍‌ଗୁଡ଼ିକ ହେଲା, ଭୁବନେଶ୍ବର-କେନ୍ଦୁଝରଗଡ଼-ଭୁବନେଶ୍ବର ସ୍ବତନ୍ତ୍ର ଟ୍ରେନ୍‌(୦୮୪୫୬/୦୮୪୫୫), ଭୁବନେଶ୍ବର-ଭଦ୍ରକ- ଭୁବନେଶ୍ବର ସ୍ବତନ୍ତ୍ର ଟ୍ରେନ୍‌(୦୮୪୧୨/୦୮୪୧୧), କଟକ-ଭଦ୍ରକ-କଟକ ସ୍ବତନ୍ତ୍ର ଟ୍ରେନ(୦୮୪୩୮/୦୮୪୩୭), କଟକ-ପାରାଦୀପ-କଟକ ବିଶେଷ ଟ୍ରେନ(୦୮୪୬୧/୦୮୪୬୨), କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ(୦୮୪୫୪/୦୮୪୫୩) ଓ ବିଶାଖାପାଟନମ୍-ରାୟପୁର-ବିଶାଖାପାଟନମ୍ ସ୍ବତନ୍ତ୍ର ଟ୍ରେନ(୦୮୫୨୮/୦୮୫୨୭)।

ସମ୍ବନ୍ଧିତ ଖବର