Sixth State Pay Commission: ମୁଖ୍ୟମନ୍ତ୍ରୀଙ୍କୁ ଷଷ୍ଠ ରାଜ୍ୟ ବେତନ କମିସନ୍‌ଙ୍କ ରିପୋର୍ଟ ପ୍ରଦାନ, ସ୍ଥାନୀୟ ସଂସ୍ଥାର ବିକାଶ ପାଇଁ ସୁପାରିସ

Advertisment

 ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। ଆୟୋଗ ଅଧ୍ୟକ୍ଷ ଡକ୍ଟର ଅରୁଣ କୁମାର ପଣ୍ଡା ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ....

 ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। ଆୟୋଗ ଅଧ୍ୟକ୍ଷ ଡକ୍ଟର ଅରୁଣ କୁମାର ପଣ୍ଡା ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ....

Untitled-3

ଭୁବନେଶ୍ୱର:  ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। ଆୟୋଗ ଅଧ୍ୟକ୍ଷ ଡକ୍ଟର ଅରୁଣ କୁମାର ପଣ୍ଡା ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ। କିଛି ଦିନ ପୂର୍ବରୁ ଏହି ରିପୋର୍ଟ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ପ୍ରଦାନ କରାଯାଇଥିଲା। ଆଜି ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି ଯାହା ରାଜ୍ୟ ଅର୍ଥ ଆୟୋଗ ଓ କେନ୍ଦ୍ର ଅର୍ଥ ଆୟୋଗ ଅନୁଦାନ ଅଧୀନରେ ରାସ୍ତା, ପାନୀୟ ଜଳ ଯୋଗାଣ, ପରିମଳ, ରାସ୍ତା ଆଲୋକୀକରଣ, ପାର୍କ ଏବଂ ସାଧାରଣ ଉପଯୋଗିତା ଇତ୍ୟାଦି ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ୱୟନର ଅଗ୍ରଗତି ବିଷୟରେ ପ୍ରକୃତ ସୂଚନା ପ୍ରଦାନ କରିବ। ନାଗରିକ, ନିର୍ବାଚିତ ପ୍ରତିନିଧି କିମ୍ବା ଯେକୌଣସି ବ୍ୟକ୍ତି https://samikshya.odisha.gov.in ଲିଙ୍କ୍ ମାଧ୍ୟମରେ ପୋର୍ଟାଲରେ ପ୍ରବେଶ କରି ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ୱୟନର ଅଗ୍ରଗତି ତଦାରଖ କରିପାରିବେ ।

The controversy: ଚର୍ଚ୍ଚାରେ ଖଣ୍ଡପଡ଼ା ବିଧାୟକ-ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ବାଦୀପାଲା, ଟାଉନ୍‌ ଥାନାରେ ଫେରାଦ ହେଲେ ଉପମା


 ଏହି ଅବସରରେ ଅନୁଷ୍ଠିତ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଓଡ଼ିଶାର ଆର୍ଥିକ ମାନଦଣ୍ଡ, ପଞ୍ଚାୟତ ଢାଞ୍ଚା ପରିବର୍ତ୍ତନ, ଜନସାଧାରଣଙ୍କ ଜୀବନଧାରଣ ମାନ ବୃଦ୍ଧି, ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳର ସ୍ଥିତି ସୁଧାରିବାକୁ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।ଆୟୋଗଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ରିପୋର୍ଟରେ ଏକ ପୂର୍ବାନୁମାନଯୋଗ୍ୟ ଏବଂ ସୂତ୍ର-ଭିତ୍ତିକ ବ୍ୟବସ୍ଥା ମାଧ୍ୟମରେ ସ୍ଥାନୀୟ ସଂସ୍ଥାଗୁଡ଼ିକର ଆର୍ଥିକ ଭିତ୍ତିଭୂମିକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ସମାନତା ବିଚାର, ଆଞ୍ଚଳିକ ବୈଷମ୍ୟ, ଗ୍ରାମୀଣ ଏବଂ ସହରାଞ୍ଚଳର ସ୍ଥାନୀୟ ପୃଥକ୍‌ ଆବଶ୍ୟକତା ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି।

Former OPSC Secretary: ହାଇକୋର୍ଟରେ ହାଜର ହେବେ ଓପିଏସ୍‌ସିର ପୂର୍ବତନ ସଚିବ କୁମୁଦ ଚନ୍ଦ୍ର ମଲ୍ଲିକ

 ଆୟୋଗ ସ୍ଥାନୀୟ ସଂସ୍ଥାଗୁଡ଼ିକର ସାମଗ୍ରିକ ବିକାଶ ପାଇଁ ଆର୍ଥିକ ଏବଂ ଅଣ-ଆର୍ଥିକ ଉଭୟ ସୁପାରିସ କରିଛନ୍ତି। ଏହି ବୈଠକରେ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ମୁଖ୍ୟ ସଚିବ ଅନୁ ଗର୍ଗ, ଉନ୍ନୟନ କମିସନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ ପ୍ରମୁଖ ଉପସ୍ଥିତ ଥିଲେ ।ଏହି ଅବସରରେ ଆୟୋଗ ସଦସ୍ୟ ପ୍ରଫେସର ଅସିତ ରଞ୍ଜନ ମହାନ୍ତି, ଡକ୍ଟର ବିଭୁ ପ୍ରସାଦ ନାୟକଙ୍କ ସହିତ ସଦସ୍ୟ ସଚିବ- ଡକ୍ଟର ସତ୍ୟ ପ୍ରିୟ ରଥ, ପଦାଧିକାରୀ ସଦସ୍ୟ-ତଥା- ନିର୍ଦ୍ଦେଶକ, ପୌର ପ୍ରଶାସନ ଶ୍ରୀ ଅରିନ୍ଦମ ଡାକୁଆ  ପ୍ରମୁଖ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe