ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଡିଜିଟାଲ ପ୍ଲାଟଫର୍ମରେ ସ୍ୱାଭିମାନ ଅଞ୍ଚଳର ଜନସାଧାରଣଙ୍କ ପାଇଁ ସ୍ମାର୍ଟ ଫୋନ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି, ସ୍ୱାଭିମାନ ଅଞ୍ଚଳ ସବୁବେଳେ ମୋ ହୃଦୟରେ ଅଛି। ଏହାକୁ ରାଜ୍ୟର ଏକ ଆଗୁଆ ଅଞ୍ଚଳ ଭାବରେ ଗଢିବା ପାଇଁ ମୋର ଉଦ୍ୟମ ଜାରି ରହିବ। ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ସ୍ୱାଭିମାନ ଅଞ୍ଚଳର ସବୁ ପରିବାରକୁ ରାଜ୍ୟ ସରକାର ମାଗଣାରେ ସ୍ମାର୍ଟଫୋନ୍ ଯୋଗାଇଦେବେ। ମୋବାଇଲ ଫୋନ ଦ୍ଵାରା ପିଲାଙ୍କ ଅନ୍ଲାଇନ ଶିକ୍ଷାରେ ସୁବିଧା ହେବା ସହିତ ସ୍ୱାଭିମାନ ଅଞ୍ଚଳର ଜନସାଧାରଣଙ୍କୁ ଅନ୍ୟ ଅଞ୍ଚଳ ସହିତ ଯୋଡିବାରେ ସହାୟକ ହେବ ସେ କହିଥିଲେ। ସେ କହିଥିଲେ ଯେ ସ୍ୱାଭିମାନ ଅଞ୍ଚଳରେ ୪ଟି ମୋବାଇଲ ଟାଓ୍ଵାର ହୋଇଥିବା ବେଳେ ୪ଜି ସୁବିଧା ସହ ଆଉ ତିନୋଟି ଟାଓ୍ଵାର ନିର୍ମାଣ କରାଯିବ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୧୮ ଜୁଲାଇ ମାସରେ ସେ ସ୍ୱାଭିମାନ ଅଞ୍ଚଳକୁ ଯାଇ ଗୁରୁପ୍ରିୟା ସେତୁ ଉଦ୍ଘାଟନ କରିଥିଲେ। ସେତେବେଳେ ସେ ୧୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଥିଲେ। ପରେ ଏହାକୁ ୨୧୫ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି ବୋଲି ସେ କହିଥିଲେ। ଏହି ପରିବର୍ଦ୍ଧିତ ପ୍ୟାକେଜରେ ଶିକ୍ଷା ଠାରୁ ଆରମ୍ଭ କରି ଜୀବିକା ସ୍ୱାସ୍ଥ୍ୟ ସେବା, ଯୋଗାଯୋଗ, ପିଇବା ପାଣି, ଜଳସେଚନ, ଘର, ବ୍ୟାଙ୍କ ସେବା ଆଦି ବିଷୟ ଉପରେ ଗୁରୁତ୍ୱ ଦିଆଯାଇଛି ବୋଲି ସେ ପ୍ରକାଶ କରିଥିଲେ ଏବଂ ମିଶନ ଶକ୍ତିର ମା’ମାନଙ୍କ ପାଇଁ ଏକ୍ସପୋଜର ଭିଜିଟ୍ଣ ମଧ୍ୟ ବ୍ୟବସ୍ଥା କରାଯାଇଛି ବୋଲି ସେ କହିଥିଲେ।
ସ୍ୱାଭିମାନ ଅଞ୍ଚଳରେ ଚାଲିଥିବା ବିକାଶ କାର୍ଯ୍ୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ୱାଭିମାନ ଅଞ୍ଚଳରେ ହଳଦୀ ଚାଷ ପ୍ରତି ଲୋକଙ୍କ ଆଦର ଦେଖି ଏଠାରେ ଅଧିକ ହଳଦୀ ଚାଷ ପାଇଁ ବ୍ୟବସ୍ଥା ସହିତ ପ୍ରୋସେସିଂ ଏବଂ ବଜାର ସୃଷ୍ଟି ପାଇଁ ବ୍ରାଣ୍ଡିଂର ବ୍ୟବସ୍ଥା ମଧ୍ୟ କରାଯାଉଛି। ବିଜୁଳି ସେବା ପାଇଁ ୩୩ X ୧୧ କେଭି ସବ୍ଷ୍ଟେସନ୍ କାମ ଖୁବ ଶୀଘ୍ର ଶେଷ ହେବ ଏବଂ ୧୧ କେଭି ୩ ଫେଜ୍ ଲାଇନ୍ କନେକ୍ସନ୍ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଗାଁ ଗାଁରେ କଂକ୍ରିଟ ରାସ୍ତାଠାରୁ ଆରମ୍ଭ କରି ୭୮ ହଲ ପିଚୁ ରାସ୍ତା ଓ ୭ଟି ସେତୁ ପାଇଁ ୧୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ ଘୋଷଣା କରିଥିଲେ। ଏହାସହିତ ଭଲ ପିଇବା ପାଣି ପାଇଁ ୨୦ କୋଟି ଟଙ୍କାରେ ଗୋଟିଏ ବୃହତ ପାଇପ ଜଳଯୋଗାଣ ପ୍ରକଳ୍ପ ଆରମ୍ଭ ହୋଇଛି ଏବଂ ୨୫୦ଟି ଟ୍ୟୁବ୍ ୱେଲ୍ କାମ ଶେଷ ହୋଇଛି ବୋଲି ସେ ପ୍ରକାଶ କରିଥିଲେ।
![]()
ସ୍ୱାଭିମାନ ଅଞ୍ଚଳରେ ଜଳସେଚନ ପାଇଁ ୩୨ କୋଟି ଟଙ୍କା ଖର୍ଚ୍ଚରେ ୪୩ଟି ଉଠା ଜଳସେଚନ ପ୍ରକଳ୍ପ ଏବଂ ୪୧୯ଟି କ୍ଲଷ୍ଟର ଡିପ୍ ବୋର୍ ୱେଲ କରାଯିବ ଏବଂ ଏହାଦ୍ଵାରା ୧୭୦୦ ହେକ୍ଟର ଜମିକୁ ପାଣି ମିଳିପାରିବ ସେ କହିଥିଲେଯ ସ୍ୱାଭିମାନ ଅଞ୍ଚଳର ୮୨ଟି ଅଙ୍ଗନବାଡି କେନ୍ଦ୍ର ଓ ସ୍ୱାସ୍ଥ୍ୟ ଉପକେନ୍ଦ୍ର କାମ ଚାଲିଛି ଏବଂ ଖୁବ ଶୀଘ୍ର ଏହା ଶେଷ ହେବ ବୋଲି ସେ କହିଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏଲ୍ଡବ୍ଲୁଇ କ୍ୟାଡର ମାନଙ୍କୁ ହିଂସା ଛାଡି ମୁଖ୍ୟଧାରାକୁ ଫେରି ଆସିବା ସହିତ ବିକାଶ କାମକୁ ଆଗେଇ ନେବାରେ ସହଯୋଗ କରିବା ପାଇଁ ଅନୁରୋଧ କରିଥିଲେ। ଏହି ଅବସରରେ ଇଲେକ୍ଟ୍ରୋନିକ୍ସ ଓ ଆଇ.ଟି ତଥା କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ସ୍ଥିର ଓ ସ୍ୱଚ୍ଛ ଶାସନ ଯୋଗୁ ଓଡିଶା ଆଜି ବିକାଶ କ୍ଷେତ୍ରରେ ବିଶ୍ୱ ଦରବାରରେ ସୁନାମ କରିଛି ଯ ଗୁରୁପ୍ରିୟା ସେତୁ ନିର୍ମାଣ ପରେ ସ୍ୱାଭିମାନ ଅଞ୍ଚଳର ବିକାଶରେ ବୈପ୍ଳବିକ ପରିବର୍ତ୍ତନ ଆସିଛି ବୋଲି ସେ କହିଥିଲେ। ନବରଙ୍ଗପୁର ସାଂସଦ ରମେଶଚନ୍ଦ୍ର ମାଝୀ ଏବଂ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ମଧ୍ୟ କାର୍ଯ୍ୟକ୍ରମରେ ସେମାନଙ୍କର ବକ୍ତବ୍ୟ ରଖିଥିଲେ।
ସ୍ୱାଭିମାନ ଅଞ୍ଚଳର କିଛି ଜନସାଧାରଣଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ। ସେମାନେ ସମସ୍ତେ କହିଥିଲେ ଯେ ଗୁରୁପ୍ରିୟା ସେତୁର ନିର୍ମାଣ ସହିତ ଅଞ୍ଚଳର ବିକାଶ ପ୍ରତି ମୁଖ୍ୟମନ୍ତ୍ରୀଙ୍କ ନିଷ୍ଠା ଓ ଉଦ୍ୟମ ଯୋଗୁ ସେମାନେ ଆଜି ସବୁପ୍ରକାର ସୁବିଧା ପାଇପାରୁଛନ୍ତି। ଗମନାଗମନର ସୁବିଧା ସହିତ ଘର, ଜମି, ଚାଉଳ, ମୋବାଇଲ ସବୁ ସୁବିଧା ସେମାନେ ଆଜି ପାଉଛନ୍ତ। ବାପା ମା ଜନ୍ମଦାତା ହୋଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ସେମାନଙ୍କ କର୍ମଦାତା ବୋଲି ସେମାନେ ମତ ଦେଇଥିଲେ।
ଏହି ଅବସରରେ ସ୍ୱାଭିମାନ ଅଞ୍ଚଳ ବିକାଶ ସଂପର୍କିତ ଏକ ଚଳଚ୍ଚିତ୍ର ପଦର୍ଶିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଗୃହ ବିଭାଗ ପ୍ରମୁଖ ସଚିବ, ଇଲେକ୍ଟ୍ରୋନିକ୍ସ ଓ ଆଇ.ଟି ବିଭାଗ ସଚିବ, ଭାରତ ଇନ୍ଫ୍ରାଟେଲ୍ର ରାଜ୍ୟ ମୁଖ୍ୟ ଏବଂ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇଥିଲେଯ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/11/mobile-distribut-17_Thumb.jpg)