ରାୟଗଡ଼ା/କଟକ: ରାୟଗଡ଼ା ଅବକାରୀ ଅଧୀକ୍ଷକ ନିନା ବେଉରା ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିବାର ଖବର ମିଳିଛି। ସୂଚନା ଅନୁଯାୟୀ ରାୟଗଡ଼ା ଅବକାରୀ ଅଧୀକ୍ଷକ ନିନା ବେଉରା ଗତକାଲି ବିଳମ୍ବିତ ରାତି ପ୍ରାୟ ସାଢ଼େ ୧୧ଟାରେ, ରାୟଗଡ଼ାରୁ ଭୁବନେଶ୍ୱର ଯିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ରାୟଗଡ଼ାରୁ ସେ ଅନୈତିକ ଉପାୟରେ ଅର୍ଜିତ ଟଙ୍କା ନେଇ ଆସୁଥିବାର ଖବର ପାଇ ଭିଜିଲାନ୍ସ ଟିମ୍ ଭୁବନେଶ୍ୱର ନିକଟରେ ଚଢ଼ାଉ କରିଥିଲା। ତାଙ୍କ ଗାଡ଼ିରୁ ୬ ଲକ୍ଷ ଟଙ୍କା ଜବତ କରାଯାଇଥିଲା। ଏହି ଅର୍ଥର ହିସାବ ସଂପର୍କରେ ସେ ସନ୍ତୋଷଜନକ ଉତ୍ତର ଦେଇପାରିନଥିଲେ। ଏହାପରେ ଶ୍ରୀମତୀ ବେଉରା ଏବଂ ତାଙ୍କ ସମ୍ପର୍କୀୟଙ୍କ ଘରେ ଚଢ଼ାଉ କରାଯାଉଛି।
/sambad/media/post_attachments/wp-content/uploads/2022/05/5b6c3d34-8bfc-42f3-aed4-c85e4edd74d3.jpg)
ରାୟଗଡ଼ା ଅବକାରୀ ଅଧୀକ୍ଷକ ନିନା ବେଉରାଙ୍କ ସ୍ୱାମୀ ନିହାର ରଂଜନ ମହାନ୍ତି କଟକ ଜିଲ୍ଲାର ମାହାଙ୍ଗା ଥାନା ଅଧିକାରୀ ଭାବେ କାର୍ଯ୍ୟରତ। ଭିଜିଲାନ୍ସ ଟିମ୍ ମାହଙ୍ଗାଠାରେ ତାଙ୍କର କ୍ୱାର୍ଟରରେ ପହଞ୍ଚିବା ପରେ ଏହା ତାଲା ପଡ଼ିଥିବା ଏବଂ ଆଇଆଇସି ଉପସ୍ଥିତ ନଥିବାର ଦେଖିବାକୁ ପାଇଥିଲେ। ଭିଜିଲାନ୍ସ ଟିମ୍ ତାଙ୍କ କ୍ୱାର୍ଟରରେ ଚଢ଼ାଉ କରିବାକୁ ଆସୁଥିବାର ସୁରାକ୍ ପାଇ ମାହାଙ୍ଗା ଥାନା ଅଧିକାରୀ ନିହାର ରଂଜନ ମହାନ୍ତି ନିଜ ଘରେ ତାଲା ପକାଇ ଏବଂ ମୋବାଇଲ୍ ସୁଇଚ୍ ଅଫ୍ କରି କୁଆଡ଼େ ପଳାଇଥିବା କୁହାଯାଉଛି। ତାଙ୍କୁ ଭିଜିଲାନ୍ସ ନିକଟରେ ହାଜର ହେବା ଲାଗି ବି ନିର୍ଦେଶ ଦିଆଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/05/5c32d90e-9a91-47ad-a24e-76bb85420523.jpg)