ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଜମୁଲେଇବେଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ରଞ୍ଜନ ମୁଣ୍ଡା। ରଞ୍ଜନ ସାଙ୍ଗମାନଙ୍କ ସହ ମାଛ ଧରିବାକୁ ଘର ପାଖ ଗଡ଼ିଆକୁ ଯାଇଥିଲେ। ଏହି ସମୟରେ ଏକ ବିଷାକ୍ତ ସାପ ତାଙ୍କୁ କାମୁଡ଼ି ଥିଲା।
ପରିବାର ଲୋକେ ତାଙ୍କୁ ଡାକ୍ତରଖାନା ନେବା ପରିବର୍ତ୍ତେ ଗୁଣିଆ ପାଖକୁ ନେଇ ରାତିସାରା ଝଡ଼ାଫୁଙ୍କା କରିଥିଲେ। ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ସକାଳେ ପରିବାର ଲୋକେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।