ବାମରା: ସମ୍ବଲପୁର ଜିଲ୍ଲା ବାମରା ବ୍ଲକ୍ ରବଗା ଗ୍ରାମର କେତକୀ ଠେମରିଆ (୬୨)ଙ୍କ ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ଶୁକ୍ରବାର ରାତିରେ ସେ ଘରେ ଶୋଇଥିବା ବେଳେ ଏକ ବିଷାକ୍ତ ସାପ କାମୁଡ଼ି ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ ଗଡ଼ପୋଷ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଗଡ଼ପୋଷ ଫାଣ୍ଡି ଅଧିକାରୀ ଦେବରାଜ ସାହୁ ଶବ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛନ୍ତି। ଶନିବାର ଗୋବିନ୍ଦପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ବ୍ୟବଛେଦ ପରେ ଶବ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।