ସୂର୍ଯ୍ୟୋପରାଗ ପାଇଁ ଆସନ୍ତା ୨୬ ତାରିଖରେ ଛୁଟି ଘୋଷଣା କଲେ ରାଜ୍ୟ ସରକାର, ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ

ଭୁବନେଶ୍ବର: ଆସନ୍ତା ୨୬ ତାରିଖ ରାଜ୍ୟର ସ୍କୁଲ୍‌, କଲେଜ ଓ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ରହିବ। ରାଜ୍ୟ ସରକାର ସୂର୍ଯ୍ୟୋପରାଗ ପାଇଁ ଏହି ଛୁଟି ଘୋଷଣା କରିଛନ୍ତି। ସୂର୍ଯ୍ୟୋପରାଗ ପାଇଁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ପ୍ରଦାନ କରିଛନ୍ତି।

୨୬ ତାରିଖ ସକାଳେ ସଂଗଠିତ ହେବ ବିରଳ ବଳୟ ସୂର୍ଯ୍ୟୋପରାଗ। ଏହି ମହାଜାଗତିକ ଦୃଶ୍ୟ ଦକ୍ଷିଣ ଭାରତର ଅଳ୍ପ କେତେକ ଅଞ୍ଚଳରେ ପୂର୍ଣ୍ଣ ଭାବେ ଦେଖାଯିବ। ସମଗ୍ର ଓଡ଼ିଶାରେ ଏହା ଆଂଶିକ ଭାବେ ଦେଖାଯିବ। ଏହି ପରାଗ ଓଡ଼ିଶାରେ ସକାଳ ୮ଟା ୨୦ ମିନିଟ୍‌ରେ ସ୍ପର୍ଶ ହୋଇ ପୂର୍ବାହ୍ନ ୧୧ଟା ୨୮ ମିନି୍‌ଟରେ ଶେଷ ହେବ। ତେବେ ସକାଳ ୯ଟା ୪୬ ମିନିଟ୍‌ରେ ଓଡ଼ିଶାରେ ସର୍ବାଧିକ ପରାଗ ଦେଖାଯିବ। ଏହି ସମୟରେ ସୂର୍ଯ୍ୟର ପ୍ରାୟ ୫୫ରୁ ୬୫ ପ୍ରତିଶତ ଅଂଶ ଆଚ୍ଛାଦିତ ହେବ। ସୂର୍ଯ୍ୟର ଆଲୋକ ମଳିନ ଦେଖାଯିବା ସହ ଅଧା ଖଣ୍ଡିଆ ଭଳି ଦୃଶ୍ୟମାନ ହେବ। ଯାହା କି ଅତ୍ୟନ୍ତ ବିରଳ ବୋଲି ପଠାଣି ସାମନ୍ତ ପ୍ଲାନେଟୋରିୟମର ଉପନିର୍ଦେଶକ ଡ. ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି।

ସମ୍ବନ୍ଧିତ ଖବର