ପାରାଦୀପରେ ଅଭାବନୀୟ ଘଟଣା: ଶିକ୍ଷୟିତ୍ରୀ ମା’ଙ୍କୁ ହତ୍ୟା କଲା ପୁଅ

Advertisment
ପାରାଦୀପରେ ଅଭାବନୀୟ ଘଟଣା: ଶିକ୍ଷୟିତ୍ରୀ ମା’ଙ୍କୁ ହତ୍ୟା କଲା ପୁଅ

ପାରାଦୀପ: ପାରାଦୀପ ଉପକଣ୍ଠ ଭୂତମୁଣ୍ଡାଇ ଗ୍ରାମରେ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି। ଏହି ହତ୍ୟାକାଣ୍ଡରେ ସୁଲୋଚନା ଦେଇଙ୍କର ମୃତ୍ୟୁ ଘଟିଛି। ସୁଲୋଚନାଙ୍କୁ ତାଙ୍କ ସାନପୁଅ ଅଂଶୁମାନ ବେହେରା ହତ୍ୟା କରିଥିବା ଜଣାପଡ଼ିଛି। ପୁଲିସ ପୁଅକୁ ଗିରଫ କରିଥିବା ବେଳେ ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁଯାୟୀ, ଗତକାଲି ସୁଲୋଚନାଙ୍କ ମା’ଙ୍କର ଶ୍ରାଦ୍ଧ ଥିଲା ଏବଂ ସମସ୍ତ ବନ୍ଧୁ ପରିଜନ ଆସିଥିଲେ। ଶ୍ରାଦ୍ଧ ସାରି ଗତକାଲି ବିଳମ୍ବିତ ରାତିରେ ସମସ୍ତେ ଯାଇଥିବା ବେଳେ ଆଜି ଭୋର ସକାଳୁ ଏଭଳି ଘଟଣା ଦେଖିବାକୁ ମିଳିଛି। ମା’ ସୁଲୋଚନା ଗଡ଼ ଶ୍ରୀମା ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟ କରୁଥିବା ବେଳେ ପ୍ରତିଦିନ ପୁଅ ଅଂଶୁମାନ ତାଙ୍କୁ ସ୍କୁଲକୁ ନବା ଆଣିବା କରେ। ଆଜି ସକାଳୁ ସୁଲୋଚନା ଦାଣ୍ଡପିଣ୍ଡାରେ ମୁଣ୍ଡ କୁଣ୍ଡାଉଥିବା ବେଳେ ପୁଅ ଅଂଶୁମାନ ଏକ କଟୁରି ସାହାଯ୍ୟରେ ତାଙ୍କୁ ଅତର୍କିତ ଭାବେ ଆକ୍ରମଣ କରିଥିଲେ ଓ ଘଟଣାସ୍ଥଳରେ ହିଁ ସୁଲୋଚନାଙ୍କର ମୃତ୍ୟୁ ହୋଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe