ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷିବ !

ଭୁବନେଶ୍ୱର: ଦୁଇଦିନ ହେଲାଣି ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଅନେକ ସ୍ଥାନରେ ବର୍ଷା ଜଳ ଜମି ରହିଥିବା ବେଳେ ଆହୁରି ୨୪ଘଣ୍ଟା ପ୍ରବଳ ବର୍ଷିବ ବୋଲି ଗୁରୁବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ୨୬ରୁ ୨୭ ତାରିଖ ମଧ୍ୟରେ ହେବାକୁ ଥିବା ପ୍ରବଳ ବର୍ଷା ପାଇଁ ପାଣିପାଗ ବିଭାଗ ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡା ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।

ସେହିପରି ୨୭ରୁ ୨୮ ତାରିଖ ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାକୁ ବଜ୍ରପାତ ଆଶଙ୍କା ରହିଛି। ତେଣୁ ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୨୮ରୁ ୨୯ ତାରିଖ ଭିତରେ ବି ବଜ୍ରପାତ ଆଶଙ୍କା ରହିଛି। ତେଣୁ ପାଣିପାଗ ବିଭାଗ ପକ୍ଷରୁ ବଲାଙ୍ଗୀର, ବୌଦ୍ଧ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା, କଟକ, ପୁରୀ, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର