ଆହୁରି ଦୁଇଦିନ ପ୍ରବଳ ବର୍ଷିବ, ଏସବୁ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲିଠାରୁ ପ୍ରବଳ ବର୍ଷା ହେଉଛି। ଦକ୍ଷିଣ ଓଡ଼ିଶା, ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ଯୋଗୁ ସ୍ୱାଭାବିକ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ପୁରୀ,ଖୋର୍ଦ୍ଧା, ଜଗତସିଂହପୁର, କଟକ, ବାଲେଶ୍ୱର ଓ ମୟୁରଭଞ୍ଜ ଆଦି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡା, ଭଦ୍ରକ ଓ ସମ୍ବଲପୁର ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୨୬ରୁ ୨୭ ତାରିଖ ମଧ୍ୟରେ ପ୍ରବଳ ବର୍ଷା ସମ୍ଭବାନାକୁ ଦେଖି ସୁନ୍ଦରଗଡ଼, ମୟୁରଭଞ୍ଜ, ଝାରସୁଗୁଡା, ବରଗଡ଼, ବଲାଙ୍ଗୀର, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହିତ ସତର୍କ ରହିବାକୁ ବି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ୧୦୦ମିଲିମିଟରରୁ ଅଧିକ ବର୍ଷା ହୋଇଛି। ଲଗାଣ ବର୍ଷାକୁ ନେଇ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସମ୍ବନ୍ଧିତ ଖବର