ମାର୍ଚ୍ଚ ୩୧ ପୂର୍ବରୁ ବସିବ ବିଧାନସଭା ବଜେଟ ଅଧିବେଶନ: ବାଚସ୍ପତି

ଭୁବନେଶ୍ୱର: କେନ୍ଦ୍ର ସରକାର ବିଧାନ ପରିଷଦ ଗଠନ ନେଇ ବିଧାନସଭା ପକ୍ଷରୁ ଲେଖା ଯାଇଥିବା ଚିଠିର ଉତ୍ତର ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ସେ କହିଛନ୍ତି, ଚିଠି ବିଧାନସଭାରେ ପହଞ୍ଚିବା ପରେ ସଂସଦୀୟ ବ୍ୟାପାର ବିଭାଗକୁ ପଠାଇ ଦିଆଯାଇଛି। ବିଧାନପରିଷଦ ଗଠନ ନେଇ କଣ ପ୍ରକ୍ରିୟା ରହିବ ସେ ନେଇ ଚିଠିରେ ଉଲ୍ଲେଖ ରହିଛି। ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ବିଧାନସଭା ପରିଷଦ ଗଠନ ନେଇ କିଛି ପ୍ରସ୍ତାବ ଆସିନଥିବା ସଂସଦରେ ଉତ୍ତର ରଖିଥିଲେ କେନ୍ଦ୍ର ଆଇନ ମନ୍ତ୍ରୀ । କେଉଁ ପରିସ୍ଥିତିରେ ଭୁଲ ଉତ୍ତର ରଖାଗଲା ସେ ନେଇ ବିଧାନସଭା ପକ୍ଷରୁ ୨ଟି ଚିଠି ଲେଖାଯାଇଥିଲା। ଏହାର ଉତ୍ତର କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି।

ଏଣେ ବିଧାନସଭା ବଜେଟ ଅଧିବେଶନ ସଂପର୍କରେ ସୂଚନା ଦେଇ ବାଚସ୍ପତି କହିଛନ୍ତି,  ମାର୍ଚ୍ଚ ୩୧ ତାରଖରୁ ପୂର୍ବରୁ ବସିବ ବିଧାନସଭା ବଜେଟ ଅଧିବେଶନ। ରାଜ୍ୟପାଳଙ୍କ ଅନୁମୋଦନ ଆସିବା ପରେ ବିଧିବଦ୍ଧ ତାରିଖ ଘୋଷଣା ହେବ।

ଆରମ୍ଭ ହେଲା ବିଧାନସଭା ସମାଚାର ୟୁ ଟ୍ୟୁବ ଚ୍ୟାନେଲ। ଗତକାଲି ଆରମ୍ଭ ହୋଇଛି। ଏହା ସହ ବିଧାନସଭା ପତ୍ରିକା ନାମକ ମାସିକ ପତ୍ରିକା ଆରମ୍ଭ ହେବ। ବିଧାନସଭା ସଂକ୍ରାନ୍ତୀୟ ସମସ୍ତ ଖବର ପ୍ରସାରଣ ହେବ। ପରବର୍ତ୍ତୀ ମୁହୂର୍ତ୍ତରେ ବିଧାନସଭା ଟିଭି ଆରମ୍ଭ ହେବ। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ବି ସୂଚନା ଦେଇଛନ୍ତି ସୂର୍ଯ୍ୟ ନାରାୟଣ ପାତ୍ର।

ସମ୍ବନ୍ଧିତ ଖବର