ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ନେଇ ‘ଦାନା’ ସ୍ଥଳଭାଗକୁ ମାଡି ଆସୁଛି । ସମୁଦ୍ରରେ ଶକ୍ତିଶାଳୀ ହୋଇ ବାତ୍ୟା ଉପକୂଳ ମୁହାଁ ହୋଇଛି। ଆଜି ରାତିରେ ସ୍ଥଳଭାଗ ଛୁଇଁ ‘ଦାନା’ ତାଣ୍ଡବ ରଚିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ପାରାଦୀପଠାରୁ ୨୮୦ କିମି ଦକ୍ଷିଣ-ପୂର୍ବ ଦିଗରେ ତଥା ଧାମରା ବନ୍ଦରଠାରୁ ୩୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ‘ଦାନା’ରହିଛି । ଘଣ୍ଟାପ୍ରତି ୧୫ କିମି ବେଗରେ ଉପକୂଳ ମୁହାଁ ହୋଇଛି। ଭିତରକନିକା ଏବଂ ଧାମରା ମଧ୍ୟବର୍ତ୍ତୀ ଅଞ୍ଚଳରେ ‘ଦାନା’ ସ୍ଥଳଭାଗକୁ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଗୁରୁବାର ମଧ୍ୟରାତ୍ରିରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହେବ। ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଏହା ଜାରି ରହିବ। ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ୧୦୦ରୁ ୧୨୦ କିମି ରହିବ।
ବାତ୍ୟାର ପ୍ରକୋପକୁ ନେଇ ଧାମରାବାସୀ ମାଆ ଧାମରାଈଙ୍କୁ ପୂଜାର୍ଚ୍ଚନା କରୁଛନ୍ତି। ବାତ୍ୟାର ତାଣ୍ଡବ କମ୍ କରିବାକୁ ଧାମରାସ୍ଥିତ ମାଆ ଧାମରାଈ ମନ୍ଦିରରେ ପୂଜାର୍ଚ୍ଚନା ଚାଲିଛି। ‘ଦାନା’ବିପଦରୁ ରକ୍ଷା ପାଇବା ପାଇଁ ମନ୍ଦିରରେ ସ୍ୱତନ୍ତ୍ର ପୂଜାପାଠ ସହ ଗ୍ରାମବାସୀ ସଂକୀର୍ତ୍ତନ କରୁଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-09-12t092703765z-halim.jpeg)