ଓଡ଼ିଶାବାସୀଙ୍କ ସେବା କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Advertisment
ଓଡ଼ିଶାବାସୀଙ୍କ ସେବା କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ଓଡ଼ିଶାବାସୀଙ୍କ ସେବା କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ। ୨୦୪୭ ସୁଦ୍ଧା ଭାରତ ବିଶ୍ବଗୁରୁ ହେବ। ଭାରତକୁ ବିଶ୍ବଗୁରୁ କରିବା ପାଇଁ ଆମେ ସହାୟକ ହେବୁ। ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସରରେ ରାଜ୍ୟବାସୀଙ୍କୁ  ଉଦବୋଧନ ଦେଇ ଏହା କହିଛନ୍ତି।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଓଡ଼ିଆ ସ୍ବାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ପାଇକ ବିଦ୍ରୋହର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଭାରତର ସ୍ବାଧୀନତା ସଂଗ୍ରାମ ଦେଶର ଅନନ୍ୟ ଅଧ୍ୟାୟ ଏହା ଇଂରେଜମାନଙ୍କ ମୁଳଦୁଆ ଦୋହଲାଇ ଦେଇଥିଲା ବୋଲି ସେ କହିଛନ୍ତି। ଓଡ଼ିଶାବାସୀ ଖୁବ୍ ସ୍ବାଭିମାନୀ। ଏହାର ଇତିହାସ ସାକ୍ଷୀ। ଆମ ସରକାର ଓଡ଼ିଆ ଅସ୍ମିତା ରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ। ଶ୍ରୀମନ୍ଦିର ୪ ଦ୍ୱାର ଖୋଲିଛୁ। ଧାନ କ୍ୱିଣ୍ଟାଲ ୩୧ଶହ ଟଙ୍କା ହୋଇଛି। ସେପ୍ଟେମ୍ବର ୧୭ ତାରିଖରୁ ସୁଭଦ୍ରା ଯୋଜନା ଲାଗୁ ହେବ। ଖାଲି ପଡ଼ିଥିବା ଦେଢ଼ ଲକ୍ଷ ସରକାରୀ ପଦବୀ ପୂରଣ ପାଇଁ ପଦକ୍ଷେପ ନିଆଯିବ। ଆଗାମୀ ୫ ବର୍ଷରେ ୫୦୦ ଆଦିବାସୀ ଗ୍ରାମକୁ ବିକଶିତ କରାଯି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଦେଶର ଅର୍ଥନୀତି ଦ୍ରୁତ ଗତିରେ ବଢ଼ିଛି। ଖୁବ୍‌ଶୀଘ୍ର ଦେଶର ଅର୍ଥନୀତି ୫ ଟ୍ରିଲିଅନରେ ପହଞ୍ଚିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe