ପ୍ରବଳ ବର୍ଷାକୁ ନଜରରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ କରାଇଲେ ସ୍ୱତନ୍ତ୍ର ରିଲିଫ କମିଶନର

ଭୁବନେଶ୍ୱର: ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଲଘୁଚାପ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ବାଂଲାଦେଶ ତଥା ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଂଚଳରେ ୱେଲ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି । ଏହା ଆଗାମୀ ୪୮ ଘଂଟାରେ ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆଉ ଏହା ପରେ ଏବେ ସ୍ୱତନ୍ତ୍ର ରିଲିଫ କମିଶନର ସମସ୍ତ ଜିଲ୍ଲପାଳମାନଙ୍କୁ ସତର୍କ କରାଇଦେଇଛନ୍ତି | ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଆସନ୍ତାକାଲି କେଉଁଝର, ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ |

ସେହିପରି ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ସମ୍ବଲପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଢେଙ୍କାନାଳ ଓ କଟକରେ ପ୍ରବଳ ବର୍ଷା ହେବ | ସେହିପରି ୩୦ ତାରିଖରେ ସୁନ୍ଦରଗଡ, କେଉଁଝର, ମୟୁରଭଞ୍ଜରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଦେବଗଡ, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡା, ଢେଙ୍କାନାଳରେ ପ୍ରବଳ ବର୍ଷା ହୋଇପାରେ |

ସମ୍ବନ୍ଧିତ ଖବର