ପ୍ରବଳ ବର୍ଷା: କଟକ, ଭୁବନେଶ୍ୱରର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କଲେ ଏସଆରସି

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ଗତକାଲି ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ହେଉଛି। ଏହି ଲଘୁଚାପ ଯୋଗୁଁ ରାଜଧାନୀ ଭୁବନେଶ୍ୱର ଓ ରାଜ୍ୟର ସଂସ୍କୃତିକ ରାଜଧାନୀ କଟକର ସ୍ଥିତି ଅତ୍ୟନ୍ତ ସଙ୍ଗୀନ ହୋଇପଡ଼ିଛି। ଅର୍ନଗଳ ବର୍ଷାରେ ରାଜଧାନୀ ଓ କଟକର ବିଭିନ୍ନ ରାସ୍ତା ପାଣିରେ ବୁଡ଼ି ଯାଇଥିବାରୁ ଏହି ଦୁଇଟି ସହରର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଓ କଲେଜକୁ ଛୁଟି ଘୋଷଣା କରିଛନ୍ତିି ଏସଆରସି ବିଷ୍ଣୁପଦ ସେଠୀ।

ସମ୍ବନ୍ଧିତ ଖବର