ପ୍ରବଳ ବର୍ଷା ନେଇ ସତର୍କ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍ଆରସି

ଭୁବନେଶ୍ବର: ଗତକାଲି ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଆଜି ଅଧିକ ଘନୀଭୂତ ହୋଇ ଲଘୁଚାପ ବଳୟରେ ପରିଣତ ହୋଇଛି। ଏହି ଲଘୁଚାପ ବଳୟ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ରହିଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳର କେନ୍ଦ୍ର ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ।

ଏହାପରେ ଏହା ଆହୁରି ଘନୀଭୂତ ହେବ ଓ ଗଭୀର ଅବପାତରେ ପରିଣତ ହେବ। ଧୀରେଧୀରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୧୨ ତାରିଖ ସଂଧ୍ୟା ସୁଦ୍ଧା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସ୍ପର୍ଶ କରିବ। ଏହାର ପ୍ରଭାବରେ ରାଜ୍ୟରେ ୧୪ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ।

Heavy rain lashes Odisha, causes inundation of several areas - The Hindu
The Hindu

ବିଶେଷ କରି ଉପକୂଳ ଜିଲ୍ଲାଗୁଡ଼ିକରେ ଅଧିକ ବର୍ଷା ହେବ। ଏହି ସମୟରେ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବା ସହ ମଝିରେ ମଝିରେ ୬୫ କିମି ବେଗରେ ପବନର ଝଟ୍କା ଅନୁଭୂତ ହେବ। ଏଣୁ ମତ୍ସ୍ୟଜୀବୀମାନଙ୍କୁ ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ୧୨ ତାରିଖ ଦିନ ବର୍ଷାର ପରିମାଣ ବଢ଼ିବ।

ଏଥିସହିତ ୧୧ରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ରାଜ୍ୟର ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଜି ଏସ୍ଆରସି ଚିଠି ଲେଖିଛନ୍ତି।
ଯେକୌଣସି ପରିସ୍ଥିତିରେ ମୁକାବିଲା ପାଇଁ ସଜାଗ ରହିବାକୁ ସେ ପରାମର୍ଶ ଦିଆଯାଇଛି। କେବଳ ଏତିକି ନୁହେଁ ତଳିଆ ଅଞ୍ଚଳରେ ଜଳ ନିଷ୍କାସନ ପ୍ରତି ଦୃଷ୍ଟି ଦେବାକୁ ବି ଏସଆରସି ପରାମର୍ଶ ଦେଇଛନ୍ତି।

ସମ୍ବନ୍ଧିତ ଖବର