ରାଜ୍ୟରେ ଶୀତ ଲହରୀ ନେଇ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍‌ଆର୍‌ସି

ବାସହୀନଙ୍କ ରାତିରେ ରହଣି ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ

ରାଜ୍ୟରେ ଶୀତ ଲହରୀ ନେଇ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍‌ଆର୍‌ସି

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ନେଇ ଜିଲ୍ଲାପାଳଙ୍କୁ ଏସଆରସି ଚିଠି ଲେଖିଛନ୍ତି। ରାତିରେ ବାସହୀନଙ୍କ ପାଇଁ ସ୍କୁଲ ଘରର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବ୍ୟବସ୍ଥା କରିବାକୁ କୁହାଯାଇଛି। ଏହାସହ ଶୀତ ଲହରୀ ନେଇ ଲୋକଙ୍କୁ ସତର୍କ କରିବାକୁ ଚିଠିରେ କୁହାଯାଇଛି।

ଆବଶ୍ୟକ ନଥିଲେ ରାତିରେ ଘରୁ ନବାହାରିବାକୁ ଓ ରାତିରେ ଦୁଇ ଚକିଆ ଯାନ ଯାତ୍ରାରୁ ବିରତ ରହିବାକୁ ପରାମର୍ଶ ଦିଆଯାଇଛି। ଶୀତ ଦୂର ପାଇଁ ନିଆଁ ଜାଳୁଥିଲେ ସୁରକ୍ଷା ଦିଗ ପ୍ରତି ଧ୍ୟାନ ଦେବାକୁ ମଧ୍ୟ କୁହାଯାଇଛି। ରାଜ୍ୟରେ ଦୁଇ ଦିନ ହେବ ଶୀତର ପ୍ରଭାବ ଅଧିକ ରହିଛି। ତେବେ ଜନଜୀବନକୁ ଦୃଷ୍ଟିରେ ରଖି ଏସଆରସି ସତର୍କ ସୂଚନା ଦେଇଛନ୍ତି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଲହରୀ ଜାରି ରହିଛି। ମାଲକାନଗିରିରେ ସର୍ବାଧିକ ୩୦ ଡିଗ୍ରି ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୪ ଡିଗ୍ରି ସେଲସିୟସ ରେକର୍ଡ ହୋଇଛି। ଆସନ୍ତାକାଲି ମଧ୍ୟ ଅନୁଗୁଳ, ଢେଙ୍କାନାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କଳାହାଣ୍ଡିରେ ପ୍ରବଳ ଶୀତ ଅନୁଭୂତ ହେବ। ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲ୍ଲାମାନଙ୍କୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳ ମୟୂରଭଂଜ, ବରଗଡ଼, ନବରଂଗପୁର, କନ୍ଧମାଳ, କୋରାପୁଟ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଦେବଗଡ଼ ଓ କଟକ ଜିଲ୍ଲାରେ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe