ଶିକ୍ଷକଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କନିଷ୍ଠ କିରାଣୀ

Advertisment
ଶିକ୍ଷକଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କନିଷ୍ଠ କିରାଣୀ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ। ଜଣେ ଶିକ୍ଷକଙ୍କର ବକେୟା(ଏରିଅର୍) ଦରମା ପ୍ରଦାନ ଲାଗି ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ, ସେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଜଣାଯାଇଛି।

ସୂଚନା ଅନୁଯାୟୀ, ଏକ ବର୍ଷରୁ ଅଧିକ ସମୟ ଧରି ତାଙ୍କ ବକେୟା ଦରମା ପ୍ରଦାନ କରିବା ପାଇଁ ଅଭିଯୋଗକାରୀ ଶିକ୍ଷକ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ବାରମ୍ବାର ଯାଇ ନିବେଦନ କରୁଥିଲେ। ହେଲେ ସେଠାରେ କାର୍ଯ୍ୟରତ କନିଷ୍ଠ କିରାଣୀ ମାନସ ଧଳ ତାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ଦେଲେ ବକେୟା ଦରମା ମିଳିବ ବୋଲି କହିଥିଲେ। ଏହାପରେ ଅଭିଯୋଗକାରୀ ଶିକ୍ଷକ କଟକ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ଆଜି କନିଷ୍ଠ କିରାଣୀ ମାନସ ଧଳ ଶିକ୍ଷକଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ିବସିଥିଲା। ଘଟଣାସ୍ଥଳରୁ ଲାଞ୍ଚ ଅର୍ଥ ଜବତ ହୋଇଛି। ଏହି ମାମଲାରେ ଅନ୍ୟ ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଥିବା ନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe