ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଟିଡିସିସିଏଲର ପୂର୍ବତନ ଜିଏମ୍ ରୋହିତ କୁମାର ପରିଡ଼ା। ଭୁବନେଶ୍ବରକୁ ଯାଉଥିବା ବେଳେ ଚନ୍ଦ୍ରଗିରି ନିକଟରେ ବସ୍ ଅଟକାଇ ମାଡ଼ିବସିଲା ଭିଜିଲାନ୍ସ ଟିମ୍। ତାଙ୍କଠାରୁ ନଗଦ ୫.୫୪ ଲକ୍ଷ ଟଙ୍କା ଜବତ କରାଯାଇଛି।
ନିର୍ଭରଯୋଗ୍ୟ ସୂଚନା ଆଧାରରେ ଓଡ଼ିଶା ଭିଜିଲାନ୍ସର ଏକ ଟିମ୍ ୩୧ ତାରିଖ ଦିନ ଆର୍ ଉଦୟଗିରି ଟିଡିସିସିଏଲ(ଆଦିବାସୀ ବିକାଶ ସମବାୟ ନିଗମ ଲିମିଟେଡ)ର ପୂର୍ବତନ ଜିଏମ୍ ରୋହିତ କୁମାର ପରିଡ଼ାଙ୍କୁ ଧରିଛି। ସେ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଯାତ୍ରା କରୁଥିବା ବସକୁ ଚନ୍ଦ୍ରଗିରିରେ ତାଙ୍କୁ ଅଟକାଇଥିଲା ଟିମ୍। ତାଙ୍କ ନିକଟରୁ ନଗଦ ଟଙ୍କା ୫.୫୪ ଲକ୍ଷ ଟଙ୍କା ମିଳିଥିଲା। ଶ୍ରୀ ପରିଡ଼ା ନଗଦ ଅର୍ଥ ନେଇ ସନ୍ତୋଷଜନକ ଭାବେ ହିସାବ ଦେଇପାରି ନ ଥିବାରୁ ତାଙ୍କଠାରୁ ଏହି ରାଶି ଜବତ କରାଯାଇଥିଲା।
ଏହାପରେ ଶ୍ରୀ ପରିଡ଼ାଙ୍କର ଏକକାଳୀନ ତିନିଟି ସ୍ଥାନରେ ଚଢ଼ଉ ଚାଲିଛି। ଅର୍ଥର ଉତ୍ସ ସମ୍ପର୍କରେ ଅଧିକ ତଦନ୍ତ ଚାଲିଛି। କରାଯାଉଛି। ଏନେଇ ବିସ୍ତୃତ ରିପୋର୍ଟକୁ ଅପେକ୍ଷା କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/07/6057ff19-58fa-4f37-81c0-37369588d61e.jpg)