ଆଜି ଖସାପଡ଼ା ନୀତି, ୫ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ: ଦୁଇଘଣ୍ଟା ଦର୍ଶନ ବନ୍ଦ

atlasobscura.com

ପୁରୀ : ସୋମବାର ଚୈତ୍ର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଆପାତତଃ ଅପରାହ୍‌ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଖସାପଡ଼ା ନୀତି ଏକ ଗୁପ୍ତ ସେବା ହୋଇଥିବାରୁ ଏହି ସମୟ ମଧ୍ୟରେ ସର୍ବସାଧାରଣ ଦର୍ଶନ ବାରଣ ରହିଛି। ନୀତି ପାଇଁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାଆନ୍ତି। ଶୁଦ୍ଧ ସୁଆର ଖଳି, କଇଁଥ ଅଠା ଯୋଗାଇ ଦିଅନ୍ତି। ବେହରଣ ଦ୍ବାର ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସମ୍ପାଦନ କରିଥାଆନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe