ପୁରୀ : ଆଜି ମାର୍ଗଶିର କୃଷ୍ଣ ଦଶମୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆଜି ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ।