ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ୯ ମାସରେ କାମ ସାରିବାକୁ ନିର୍ଦ୍ଦେଶ

Advertisment
ଶ୍ରୀମନ୍ଦିର  ପରିକ୍ରମା ପ୍ରକଳ୍ପ: ୯ ମାସରେ କାମ ସାରିବାକୁ ନିର୍ଦ୍ଦେଶ

ପୁରୀ : ନଅ ମାସ ଭିତରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଶେଷ କର। ନିର୍ମାଣ କାର୍ଯ୍ୟକୁ ତ୍ବରାନ୍ବିତ କର। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସ୍ଥିତି ଅନୁଧ୍ୟାନ ସହ ସମୀକ୍ଷା ପରେ ଅଧିକାରୀମାନଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ଗତକାଲି ଶ୍ରୀ ମହାପାତ୍ର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସ୍ଥଳ ବୁଲି ସ୍ଥିତି ଅନୁଧ୍ୟାନ କରିଥିଲେ। ଯନ୍ତ୍ରୀଙ୍କ ସହ ପ୍ରକଳ୍ପ ସମ୍ପର୍କରେ ଆଲୋଚନା କରିଥିଲେ। ଏହି ପ୍ରକଳ୍ପର ନିର୍ମାଣ ଓ ସୌନ୍ଦର୍ଯ୍ୟୀକରଣ କାର୍ଯ୍ୟକୁ ଆସନ୍ତା ୯ ମାସ ମଧ୍ୟରେ ପୂର୍ଣ୍ଣାଙ୍ଗ ରୂପ ଦେବାକୁ କାର୍ଯ୍ୟ ନିର୍ବାହୀ ସଂସ୍ଥା ଓବିସିସିକୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି।

ଶ୍ରୀମନ୍ଦିର ଚତୁପାର୍ଶ୍ୱରେ ଭକ୍ତ ଓ ସେବାୟତମାନଙ୍କ ସୁବିଧା ପାଇଁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଆରମ୍ଭ ହୋଇଛି। ଏଥିରେ ଭିତର ପରିକ୍ରମା ପଥ, ସବୁଜ ବଳୟ, ବାହାର ପରିକ୍ରମା ପଥ, ସାଧାରଣ ସୁବିଧାକୁ ନେଇ ବିଭିନ୍ନ ଜୋନ୍‌ ରହିବ। ଭିତର ପରିକ୍ରମା ପଥ ପାରମ୍ପରିକ ରୀତିନୀତି, ଦେବାଦେବୀଙ୍କ ଶୋଭାଯାତ୍ରା ଓ ଭକ୍ତମାନଙ୍କ ମନ୍ଦିର ପରିକ୍ରମା ପାଇଁ ବ୍ୟବହାର ହେବ। ସବୁଜ ବଳୟରେ ବୃକ୍ଷ, ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ପଥର କଳାକୃତି, ପୁଷ୍ପ, ବୃକ୍ଷ ଆଦି ସ୍ଥାନିତ ହେବ। ମନ୍ଦିରର ତିନି ପାର୍ଶ୍ୱରୁ ସଂଯୋଗୀକରଣ ରାସ୍ତା, ୬ଟି ଶୌଚାଳୟ, ୩ଟି ବିଶ୍ରାମ ସ୍ଥାନ, କ୍ଲୋକ୍ ରୁମ ଆଦି କାମ ଆଗେଇ ଚାଲିଛି। ପ୍ରକଳ୍ପ ପାଇଁ ପ୍ରଥମ ପର୍ଯ୍ୟାୟରେ ୩୩୧.୨୮ କୋଟି ଟଙ୍କା ଅନୁଦାନ ମଞ୍ଜୁର ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe