ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲା: ଦାଖଲ ହୋଇନି ଜବାବ, ଜୁନ୍ ୨୬ ସୁଦ୍ଧା ସତ୍ୟପାଠ ଦେବାକୁ ନିର୍ଦ୍ଦେଶ

Advertisment
ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ: ଦୁଇଘଣ୍ଟା ଦର୍ଶନ ବନ୍ଦ

atlasobscura.com

କଟକ : ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ବେ ପୁରୀ ଶ୍ରୀମନ୍ଦିରର ରତ୍ନ ଭଣ୍ଡାର ଭିତରେ ଥିବା ଶ୍ରୀଜିଉଙ୍କ ରତ୍ନଖଚିତ ଅଳଙ୍କାର ଓ ଅନ୍ୟାନ୍ୟ ମୂଲ୍ୟବାନ ସଂପତ୍ତିର ଯାଞ୍ଚ ପ୍ରସଂଗରେ ଏ ପର୍ଯ୍ୟନ୍ତ ଜବାବ ଦାଖଲ ହୋଇ ନାହିଁ। ଆଜି ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠରେ ମାମଲାର ଶୁଣାଣି ସମୟରେ ହାଇକୋର୍ଟଙ୍କ ନିର୍ଦ୍ଦେଶର ୫ ମାସ ପରେ ବି ସତ୍ୟପାଠ ଦାଖଲ ହୋଇ ନଥିବା ଦର୍ଶାଯାଇଥିଲା। ଦିଲ୍ଲୀପ କୁମାର ମହାପାତ୍ରଙ୍କ ପକ୍ଷରୁ ଦାୟର ଏହି ଜନସ୍ବାର୍ଥ ଆବେଦନର ଶୁଣାଣି ସମୟରେ ଦର୍ଶାଯାଇଥିଲା ଯେ ଚାରି ସପ୍ତାହ ଭିତରେ ଏହି ପ୍ରସଂଗରେ ସତ୍ୟପାଠ ଦାଖଲ ପାଇଁ ୨୦୨୨, ଅକ୍ଟୋବର ୧୮ରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଥିଲା। କିନ୍ତୁ ଏହା ଭିତରେ ୫ ମାସ ବିତି ଯାଇଥିଲେ ମଧ୍ୟ ଜବାବ ଦାଖଲ କରାଯାଇ ନାହିଁ। ହାଇକୋର୍ଟ ଏହି ପ୍ରସଂଗକୁ ଗୁରୁତ୍ବର ସହିତ ଗ୍ରହଣ କରି ଜୁନ୍ ୨୬ ତାରିଖ ବା ଏହା ପୂର୍ବରୁ ନିଶ୍ଚିତ ଭାବେ ଏହି ମାମଲାରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ତରଫରୁ ସତ୍ୟପାଠ ଦାଖଲ କରାଯିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି। ଜୁଲାଇ ୧୦କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।

ଏଠାରେ ସୂଚନା ଯୋଗ୍ୟ ଯେ ରତ୍ନ ଭଣ୍ଡାର ଚାବି ହଜିବା ଘଟଣାର ସିବିଆଇ ତଦନ୍ତ, ଶ୍ରୀଜିଉଙ୍କ ଅଳଙ୍କାର ସୁରକ୍ଷା, ରତ୍ନଖଚିତ ଅଳଙ୍କାର ଓ ଅନ୍ୟାନ୍ୟ ମୂଲ୍ୟବାନ ସପତ୍ତିର ଯାଞ୍ଚ ଆଦି ପ୍ରସଂଗକୁ ନେଇ ୨୦୧୮ରେ ହାଇକୋର୍ଟରେ ଏହି ଜନସ୍ବାର୍ଥ ମାମଲା ଦାୟର ହୋଇଥିଲା। ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ଆଲୋକ କୁମାର ମହାପାତ୍ର ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଇନଜୀବୀ ଚନ୍ଦ୍ରକାନ୍ତ ପ୍ରଧାନ ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe