ପୁରୀ: ଶ୍ରୀମନ୍ଦିର ସଂସ୍କାରନେଇ ଆମିକସକ୍ୟୁରୀଙ୍କ ମନ୍ଦିର ପ୍ରଶାସନ ସହିତ ବୈଠକ ଆରମ୍ଭ

ପୁରୀ: ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ ତଥା ଶ୍ରୀମନ୍ଦିର ସଂସ୍କାର ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌କ୍ୟୁରୀ ଗୋପାଳ ସୁବ୍ରମଣ୍ୟମ ଆଜି ସକାଳେ ଶ୍ରୀଜୀଉଙ୍କ ଦର୍ଶନ କରିବା ପରେ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀମାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଏହି ବୈଠକ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ କୁମାର ମହାପାତ୍ର, ଜିଲ୍ଲାପାଳ ଜ୍ୟୋତିପ୍ରକାଶ ଦାସ, ଏସ୍‌ପି ଡା.ସାର୍ଥକ ଷଡ଼ଙ୍ଗୀ ଓ ମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀମାନଙ୍କ ସହିତ ଶ୍ରୀ ସୁବ୍ରମଣ୍ୟମ୍‌ ଶ୍ରୀମନ୍ଦିର ସଂସ୍କାର ନେଇ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରୁଛନ୍ତି।

ଗତକାଲି ରାତିରେ ଶ୍ରୀ ସୁବ୍ରମଣ୍ୟମ ପୁରୀରେ ପହଞ୍ଚିବା ପରେ ଶ୍ରୀ ସୁବ୍ରମଣ୍ୟମଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ କୁମାର ମହାପାତ୍ର, ଜିଲ୍ଲାପାଳ ଜ୍ୟୋତିପ୍ରକାଶ ଦାସ, ଏସ୍‌ପି ଡା.ସାର୍ଥକ ଷଡ଼ଙ୍ଗୀ ପ୍ରମୁଖ ସର୍କିଟ୍‌ ହାଉସଠାରେ ସ୍ୱାଗତ ଜଣାଇଥିଲେ। ଆମିକସକ୍ୟୁରୀଙ୍କ ରିପୋର୍ଟ ଆଧାରରେ ସୁପ୍ରିମକୋର୍ଟ ଆସନ୍ତା ୨୪ ତାରିଖଦିନ ଶ୍ରୀମନ୍ଦିର ସଂସ୍କାର ନେଇ ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡ଼ିଛି।

ସମ୍ବନ୍ଧିତ ଖବର