ପୁରୀ : ପବିତ୍ର ସ୍ନାନପୂର୍ଣ୍ଣିମାରେ ୧୦୮ ଗରା ଅଧିବାସ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ି ଅସୁସ୍ଥ ମହାପ୍ରଭୁ ଅଣସର ପିଣ୍ଡିରେ ବିଶ୍ରାମ ନେଉଛନ୍ତି। ମହାପ୍ରଭୁଙ୍କୁ ସୁସ୍ଥ କରିବା ପାଇଁ ଚାଲିଛି ନାନାଦି ଗୁପ୍ତସେବା। ନୀଳାଦ୍ରି ମହୋଦୟ ଶାସ୍ତ୍ର ଅନୁସାରେ ଦଇତାପତି ସେବକ, ସୁନା ଗୋସେଇଁ ସେବକମାନେ ମହାପ୍ରଭୁଙ୍କ ଅଣସରକାଳୀନ ଏହି ଗୁପ୍ତନୀତି ସଂପାଦନ କରୁଛନ୍ତି। ଏକବସ୍ତ୍ର ହୋଇ ଅଣସର ବାସଠାରୁ ମହାପ୍ରଭୁଙ୍କ ସେବାରେ ଲାଗିଛନ୍ତି। ଦୈନିନ୍ଦିନ ଚକଟା ଭୋଗ ଓ ଅନ୍ୟାନ୍ୟ ନୀତି ସଂପାଦନ କରୁଛନ୍ତି। ଶ୍ରୀଅଙ୍ଗରେ ଲାଗି ହେବା ପାଇଁ ବିଭିନ୍ନ ପ୍ରକାରର ଚେରମୂଳିରୁ ପ୍ରସ୍ତୁତ ଔଷଧ ଯୋଗାଇ ଦିଆଯାଉଛି। ବଡ଼ଓଡ଼ିଆ ମଠ ଫୁଲୁରି ତେଲ ଯୋଗାଇଥିବା ବେଳେ ଶୁଦ୍ଧ ସୁଆର ସେବକମାନେ ଓଷୁଅ ଯୋଗାଇ ଦେଇଛନ୍ତି। ସମାନ୍ୟ ସୁସ୍ଥ ଅନୁଭବ କରିବା ପରେ ଆଜି ବିଧି ମୁତାବକ ଅଣସରରେ ଥିବା ତିନି ଠାକୁର ଚକାବିଜେ କରିବା ସହ ଶ୍ରୀମନ୍ଦିର ବୈଦ୍ୟ ଦଶମୂଳ ପ୍ରସ୍ତୁତ କରି ଗାରଦରେ ଦାଖଲ କରିଛନ୍ତି। ଏକାଦଶୀ ତିଥି ଅର୍ଥାତ୍ ଆସନ୍ତାକାଲି ବିଳମ୍ୱିତ ରାତିରେ ଶ୍ରୀମନ୍ଦିର ବୈଦ୍ୟଙ୍କ ପରାମର୍ଶକ୍ରମେ ଶ୍ରୀଅଙ୍ଗର ଉପଚାର କରାଯିବ। ଏଥିସହ ଆସନ୍ତାକାଲି ମହାପ୍ରଭୁଙ୍କ ଖଳି ଲାଗି ଏକାଦଶୀ ନୀତି ଅନୁଷ୍ଠିତ ହେବ। ମାନବ ଶରୀର ଭଳି ମହାପ୍ରଭୁ ଆସନ୍ତାକାଲି ରକ୍ତବସ୍ତ୍ର ପରିଧାନ କରିବେ। ପୂର୍ବରୁ ବିନା ତୁଳସୀରେ ଧଳା ଫୁଲରେ ପୂଜା ପାଉଥିବା ମହାପ୍ରଭୁଙ୍କୁ ଆସନ୍ତାକାଲିଠାରୁ ତୁଳସୀ ଲାଗି ହେବ।
ଅଣସର ଘରେ ମହାପ୍ରଭୁଙ୍କ ଚକାବିଜେ
ଆଜି ଖଳିଲାଗି ଏକାଦଶୀ, ମହାପ୍ରଭୁ ପିନ୍ଧିବେ ରକ୍ତବସ୍ତ୍ର
/sambad/media/post_attachments/wp-content/uploads/2021/02/srimandir-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)