ଜାନୁଆରି ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା: ୧୨ ତାରିଖରୁ ହୋମଯଜ୍ଞ ଆରମ୍ଭ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ବୈଠକ ଅନୁଷ୍ଠିତ

ପୁରୀ: ଆଗାମୀ ଜାନୁଆରି ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ହେବ। ଏହି ପ୍ରକଳ୍ପକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ। ସେ କହିଛନ୍ତି, ଜାନୁଆରି ୧୨ ତାରିଖରୁ ହୋମଯଜ୍ଞ ଆରମ୍ଭ ହେବ। ୫ ଦିନ ହୋମଯଜ୍ଞ ହେବା ପରେ ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା କରାଯିବ। ୫ ଦିନ ଧରି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ କରାଯିବ।

publive-image

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ପୂର୍ବରୁ ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଜଗନ୍ନାଥ ବଲ୍ଲଭ ଉନ୍ନୟନ କାମର ସମୀକ୍ଷା କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ପ୍ରଥମେ ଜଗନ୍ନାଥ ବଲ୍ଳଭରେ ହେଉଥିବା ମଲ୍ଟି ଲେଭଲ ପାର୍କିଂ, ତୀର୍ଥଯାତ୍ରୀ କେନ୍ଦ୍ର ନିର୍ମାଣ, ୩୭ ଶହ ବର୍ଗଫୁଟର ଧ୍ୟାନ ଯୋଗ କେନ୍ଦ୍ର, ୧୮୪ଟି ଦୋକାନ, ୧୪୨୦ କାର ପାର୍କିଂ, ୨ ଶହ ଦୁଇ ଚକିଆ ଯାନ କାର୍ଯ୍ୟର ସମୀକ୍ଷା କରିଥିଲେ। ପ୍ରକଳ୍ପ ପ୍ରତିଷ୍ଠା, ପୂଜା ଓ ଲୋକାର୍ପଣ ନେଇ ବୈଠକରେ ଆଲୋଚନା ଥିବାରୁ ତା ପୂର୍ବରୁ ଗଜପତି ମହାରାଜା ସମୀକ୍ଷା କରିଛନ୍ତି। ଗଜପତି ମହାରାଜାଙ୍କ ସମୀକ୍ଷା ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe