ସାକ୍ଷୀଗୋପାଳ: ସତ୍ୟବାଦୀରେ ସ୍ଥାପିତ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ପାଠପଢ଼ା ଆରମ୍ଭ ହୋଇଛି। ବିଶ୍ବବିଦ୍ୟାଳୟର କ୍ୟାମ୍ପସ୍ ନିର୍ମାଣାଧୀନ ଥିବା ବେଳେ ସାକ୍ଷୀଗୋପାଳ ପାନ୍ଥଶାଳା ପରିସରରେ ଖୋଲିଥିବା ଅସ୍ଥାୟୀ ଶ୍ରେଣୀଗୃହରେ ଆଜିଠାରୁ ଶିକ୍ଷାଦାନ ଆରମ୍ଭ ହୋଇଛି। ଆଜି ଗୁରୁ ଦିବସ ପାଳନ କରାଯିବା ସହ ଶିକ୍ଷାଦାନ ଆରମ୍ଭ ପାଇଁ ଆୟୋଜିତ କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ବିଶ୍ୱବିଦ୍ୟାଳୟର କୁଳପତି ସବିତା ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ରୂପେ ବିଧାୟକ ଉମାକାନ୍ତ ସାମନ୍ତରାୟ, ଉଚ୍ଚଶିକ୍ଷା ବିଭାଗର ସ୍ୱତନ୍ତ୍ର ସଚିବ ରମାକାନ୍ତ ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ।
ମନ୍ତ୍ରୀ ଶ୍ରୀ ନାୟକ କହିଥିଲେ ଯେ ସତ୍ୟବାଦୀ ଯୁଗର ପଞ୍ଚସଖାଙ୍କ ଦ୍ୱାରା ୧୦୦୯ ମସିହାରେ ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟକୁ ଏବେ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ରୁପାନ୍ତରିତ କରାଯାଉଛି। ଏହାଦ୍ବାରା ପଞ୍ଚସଖାଙ୍କର ସେହି ସ୍ବପ୍ନ ପୂରଣ ହୋଇ ପାରିବ ବୋଲି ସେ କହିଥିଲେ। ଏହି ବିଶ୍ବବିଦ୍ୟାଳୟ ପାଇଁ ଆଉ ୬ ଏକର ଜମି ଯୋଗାଇ ଦେବା ନିମନ୍ତେ ରାଜ୍ୟ ସରକାରଙ୍କୁ ଅବଗତ କରାଯାଇଥିବା ଉଚ୍ଚଶିକ୍ଷା ବିଭାଗର ସ୍ୱତନ୍ତ୍ର ସଚିବ ରମାକାନ୍ତ ନାୟକ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଶ୍ବବିଦ୍ୟାଳୟ କୁଳସଚିବ ରଶ୍ମିରେଖା ଦାସ, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ସତ୍ୟବାଦୀ ପଞ୍ଚାୟତସମିତି ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା, ଉପ ଜିଲ୍ଲାପାଳ ଭବତାରଣ ସାହୁ, ଜିଲ୍ଲା ଲୋକସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠି, ସତ୍ୟବାଦୀ ତହସିଲଦାର ଜୟନ୍ତ କୁମାର ଜୟ ସିଂ, ବିଡିଓ ଲୋଚନ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଅଧ୍ୟାପକ ଅନନ୍ତ କିଶୋର ଜେନା ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏକ ଭିଡିଓ ବାର୍ତ୍ତା ପ୍ରଦର୍ଶିତ ହୋଇଥିଲା। ବାର୍ତ୍ତା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/09/65465g4dg65.jpg)