ଭୁବନେଶ୍ବର: ଆସନ୍ତା ୧୭ ତାରିଖରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏପ୍ରିଲ୍‌ ୮ ତାରିଖ ଯାଏଁ ହେବାକୁ ଥିବା ଏହି ଅଧିବେଶନ ଦୁଇଟି ପର୍ଯ୍ୟାୟରେ ହେବ। ଏଥିରେ ମୋଟ ୨୮ଟି କାର୍ଯ୍ୟଦିବସ ରହିଛି। ପ୍ରଥମ ପର୍ଯ୍ୟାୟରେ ୧୭ରୁ ୨୪ ତାରିଖ ଯାଏଁ ହେବ। ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୯ରୁ ଆରମ୍ଭ ହେବ। ଫେବ୍ରୁଆରି ୨୦ ତାରିଖରେ ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ ଆଗତ ହେବ। ବିଜେପି ସରକାରର ଏହା ତୃତୀୟ ପୂର୍ଣ୍ଣାଙ୍ଗ ବଜେଟ ହେବ।  

Advertisment

Good News: ତୁମୁଣିରେ ଘର ତୋଳିବାକୁ ନେଇ ଗାଁ ଏକତା

ଫେବ୍ରୁଆରି ୧୭ ତାରିଖରେ ରାଜ୍ୟପାଳ ଗୃହରେ ଅଭିଭାଷଣ ରଖିବେ। ୧୮ ଓ ୧୯ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ଆଲୋଚନା ହେବ। ୨୦ ତାରିଖରେ ବଜେଟ ଆଗତ ହେଲା ପରେ ୨୩ ଓ ୨୪ ତାରିଖରେ ବଜେଟ ଉପରେ ସାଧାରଣ ଆଲୋଚନା ହେବ। ମାର୍ଚ୍ଚ ୧୦ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହୋଇ ମାର୍ଚ୍ଚ ୩୧ ତାରିଖରେ ବ୍ୟୟମଞ୍ଜୁରି ବିଲ୍‌ ପାରିତ ହେବ।

CM attend in Gopalpur Mahoschav: ଗୋପାଳପୁର ବେଳାଭୂମି ମହୋତ୍ସବର ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ